ଦୈନିକ ରାଶିଫଳ: 25 ଫେବୃୟାରୀ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ବହୁତ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨୫ତାରିଖ, ଶନିବାର, କୁମ୍ଭମାସ ୧୩ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ଷଷ୍ଠୀତିଥି, ଦ୍ଵିଜା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ବ୍ରହ୍ମ ଯୋଗ ସନ୍ଧ୍ୟା ୫ଟା ୧୬ମିନିଟ୍ ପରେ ଇନ୍ଦ୍ର ଯୋଗ। କୌଳବ କରଣ ଦିବା ୧୨ଟା ୨୦ମିନିଟ୍ ପରେ ତୈତିଳ କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ନିମ୍ବ ବା ପିତା ଜାତୀୟ ଖାଦ୍ୟ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ରାତ୍ରି ୧୨ଟା ୨୦ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୬ଟା ୧୩ମିନିଟ୍ ରୁ ୭ଟା ୩୯ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୭ଟା ୧୯ମିନିଟ୍, ରାତ୍ରି ୪ଟା ୩୯ମିନିଟ୍ ରୁ ୬ଟା ୧୨ମିନିଟ୍। ଶୁଭସମୟ- ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୮ଟା ୧୫ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ୨ଟା ୩ମିନିଟ୍, ରାତ୍ର ୨ଟା ୫୩ମିନିଟ୍ ରୁ ରାତ୍ର ୪ଟା ୩୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହୋଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବା ଫଳରେ ଆତ୍ମସନ୍ତୋଷ ଲାଭହେବ। ବ୍ୟବସାୟରେ ଉନ୍ନତି ସହିତ ଶ୍ରମିକଙ୍କ ତିକ୍ତତାର ସମସ୍ୟା ଦୂର ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ଓ ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!