ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ଆଜି କେମିତି ରହିବ ଆପଣଙ୍କ ଦିନ : ୨୫ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଜାନୁୟାରୀ ୨୦୧୮

ମେଷ-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।  

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ବୁଦ୍ଧି, ପ୍ରରାକ୍ରମଯୋଗେ ଲକ୍ଷ୍ୟ ସିଦ୍ଧିହେବ। ଶତୃପ୍ରତିହତ, ଯାନବାହାନ ସୁଖ, ସେବା-ଶୁଶ୍ରୂଷା ଓ ଭୋଗବିଳାସ ପ୍ରାପ୍ତି ସମ୍ଭବ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ-

ନୂତନ କାର୍ଯ୍ୟଆରମ୍ଭ କରିଲେ ଚିତ୍ତପ୍ରସନ୍ନ ରହିବା ଫଳରେ କାର୍ଯ୍ୟ ସିଦ୍ଧି ହେବ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ଵେ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପ୍ରତିକାର:- ବୁଲାକୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ଆହୁରି ପଢନ୍ତୁ: ମା’ ସରସ୍ଵତୀଙ୍କର ଏହି ବାରଟି ନାମ ପାଠ କରିବା ଅତ୍ୟନ୍ତ ଶୁଭଫଳ ଦେଇଥାଏ

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

କନ୍ୟା-

କର୍ମରେ ଅସନ୍ତୋଷ ସୃଷ୍ଟି ହେବ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ। ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା-

ଆର୍ଥିକ ଦିଗରୁ ସୁବିଧା ପୈତୃକ ସମ୍ପତ୍ତି ପ୍ରାପ୍ତି, ପାରିବାରିକ ଦ୍ଵନ୍ଦସମାଧାନ, ମାନସିକ ଏକାଗ୍ରତା ବଜାୟ ରହିବ। ମହିଳା ମାନଙ୍କର ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଉଚ୍ଚ ଶିକ୍ଷା ଓ କର୍ମ ପାଇଁ ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପରିଜନ ଓ ସାଧୁଜନପ୍ରିୟ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ଗୃହବାହନ ପାଇବାର ଯୋଗ ଅଛି। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଧନୁ-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ।ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର-

କେହି ଶୁଭଚିନ୍ତକ ସହାୟତାର ହାତ ବଢାଇ ଉତ୍ତମ ପରାମର୍ଶ ଦାତାର ଭୂମିକା ଗ୍ରହଣ କରି ପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

କୁମ୍ଭ-

ଆୟ ଉତ୍ତମ ହେବ। ଶତ୍ରୁଜୟ ବା ବିବାଦୀୟ କାର୍ଯ୍ୟରେ ଜୟଯୁକ୍ତ ହେବେ। ପ୍ରତିଷ୍ଠା ମିଳିବ ଓ ନେତୃତ୍ଵ ଲାଭ ଯୋଗ ରହିଛି । ପରିବାରରେ ମଙ୍ଗୋଳତ୍ସବ, ବନ୍ଧୁଲାଭ ଓ ସୁଖଲାଭ ଓ ସୁଖ ସମ୍ମାନଦାୟକ ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ-

କର୍ମ ସଂସ୍ଥାନରେ ଯୋଗାଯୋଗ, ବକେୟା ଅର୍ଥଲାଭ, ପାରିବାରିକ ଉନ୍ନତି ଓ ବିବାହୋତ୍ସବରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିଦ୍ଵନ୍ଦୀ ବ୍ୟବସାୟୀମାନେ ପଛରେ ପଡିରହିବେ। ଶାରୀରିକ ପୀଡା ଦେଖାଦେଇ ପାରେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!