ଦୈନିକ ରାଶିଫଳ: ୨୫ ଜାନୁୟାରୀ ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ଲୋକ ମାନଙ୍କୁ ନୂତନ କର୍ମ ପ୍ରାପ୍ତି ର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଜାନୁୟାରୀ ୨୦୧୯

ମେଷ:-

ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶତୃମାନେ ପରାଜିତ ହୋଇ ମଥାନତ କରିବେ। ନୂତନ କର୍ମ ପ୍ରାପ୍ତି ହେବ ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବାସହ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ ଓ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟରେ ପ୍ରଚୁର ଲାଭ ହେବା ଫଳରେ ମନର ଅଶାନ୍ତି ଦୂରହେବ। ସନ୍ତାନମାନଙ୍କ ଉନ୍ନତିପାଇଁ ଚିନ୍ତିତ ରହିବେ। ରାଜନୀତିରେ ସବୁଆଡକୁ ନଜର ଦେଇ କାମ କଲେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଫାଇଦା ଉଠାଇବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ ହେବ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। କର୍ମକ୍ଷେତ୍ରରେ ବନ୍ଧୁ ଲାଭ ଓ ଦୂରଯାତ୍ରା କରି ମନ ଖୁସି ରହିବ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇ ପୂର୍ବ ସମସ୍ୟାର ସମାଧାନ ହେବ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ନୂତନ ସଂସ୍ଥାର ଆୟୋଜନ କରିବେ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଅଧିକ ପରିଶ୍ରମ କରି  ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ ଓ ଭୟ ସତ୍ତ୍ୱେ ଜୟହେବ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ।  ପ୍ରତିକାର-ଗୋମତାର ସେବା କରନ୍ତୁ।

କନ୍ୟା:-

ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟୟ ଅପେକ୍ଷା ଆୟ ଅଧିକହେବ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବାକିଥିବା ଅର୍ଥ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ସଫଳ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତି ଯୋଗିତାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହୋଇପାରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ମାଲିମୋକଦ୍ଦମାରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ। ଗୃହନିର୍ମାଣ, ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆକସ୍ମିକ ଧନପ୍ରାପ୍ତିହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବା ସହ ଉନ୍ନତିହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ନିଜେ ଗାଡ଼ି ଚଳାନ୍ତୁ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଶୁଭ ସମାଚାର ମିଳିବ ଓ ଅନେକ ଶୁଭହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥଲାଭର ମାର୍ଗ ଖୋଲିଯାଇ ଉନ୍ନତିହେବ। ମହିଳାମାନେ ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ବିଦ୍ୟାରେ ମନଯୋଗ ଦେଇ ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ।

କୁମ୍ଭ:-

ଦାମ୍ପତ୍ୟ କଳହ ମେଣ୍ଟିଯିବ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ସାଧାରଣ କେତେକ ସୁବିଧା ସୁଯୋଗକୁ ବାଦ୍ ଦେଲେ ଅନ୍ୟାନ୍ୟ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପରେ। ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ଯୋଗେ ସଫଳତା ମିଳିବ। ବିଦ୍ୟୂତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କ ରହିବା ଉଚିତ୍। ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- କିନ୍ନରଙ୍କୁ କିଛି ଦାନ ଦିଅନ୍ତୁ।

ମୀନ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବିଦେଶ ଯାତ୍ରାରେ ସଫଳ ହେବେ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ମନ ଶରୀର ଭଲ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!