ଦୈନିକ ରାଶିଫଳ: 25 ଜାନୁୟାରୀ ୨୦୨୧, ମହାଦେବଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୫ତାରିଖ, ସୋମବାର, ମକରମାସ ୧୨ଦିନ, ପୌଷମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ମୃଗଶିରା ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର, ଦିବା ୧ଟା ୧ମିନିଟ୍ ଗତେ ମିଥୁନ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର, ଦିବା ୧ଟା ୧ମିନିଟ୍ ଗତେ କନ୍ୟା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୭ଟା ୪୯ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୪ମିନିଟ୍, ଦିବା ୪ଟା ୮ମିନିଟ୍ ରୁ ୪ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୮ଟା ୫୬ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ୩ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଶତୃମାନେ ଦୂରେଇ ଯିବେ । ମାନସିକ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ବ୍ୟାପାର ଓ କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶୁଭ ସମାଚାର ମିଳିପାରେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟ ଉତ୍ତମ ରହିବ । ଶୁଭ ସମାଚାର ଶୁଣିବାକୁ ପାଇବେ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-

ସାଧୁ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ପ୍ରଶଂସା ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢିବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ଓ ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ । ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ପ୍ରଶଂସା ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କୁମ୍ଭ:-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମହେବ । ପଡାପଡୋଶୀ ମିତ୍ରଙ୍କ ବ୍ୟବହାର ରେ ମନ ଆନନ୍ଦ ହୋଇପାରେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ । ପ୍ରେମୀପ୍ରେମିକାଙ୍କ ମିଳନ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ । ଶତୃମାନେ ମଥାନତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!