ସାପ୍ତାହିକ ରାଶିଫଳ: ଜାନୁୟାରୀ ୨୫ ତାରିଖ ରୁ ଜାନୁୟାରୀ ୩୧ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ କଷ୍ଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଦୀର୍ଘଦିନ ଧରି ଅଧାହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଧନଧାନ୍ୟ, ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଶେଷତିନିଦିନ ଚିନ୍ତାଗ୍ରସ୍ତ ଓ ବ୍ୟାକୁଳମନା ହେବେ । ଧନର ଦୂରୁପୋଯୋଗ, କ୍ଷୟକ୍ଷତିର କାରଣ ହେବ । କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ । ଶତୃମାନେ ମୁଣ୍ଡ ଟେକିବେ । ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେଇପାରେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷମାନେ କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ । ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ପୁରୁଣା ରୋଗ ଓ ଶତୃମାନଙ୍କ ଠାରୁ ଉପସମ ମିଳିବ । ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ଉତ୍ତମ ରୋଜଗାର ମିଳିବ । ବାକିଥିବା ଅର୍ଥପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ପାଇ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ନିଜ ପରିଶ୍ରମରୁ ଲାଭ ମିଳିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭ ପାଇବେ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ସମାଚାର ପାଇ ଖୁସି ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ମିତ୍ରଙ୍କଠାରୁ ସହଯୋଗ ମିଳିବ । ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ । ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ ଓ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଆର୍ଥିକସ୍ଥିତି ଭଲ ରହିବ । ବ୍ୟବସାୟରେ ସ୍ଥିତି ସୁଧୁରି ଯାଇ ଭଲ ଲାଭ ପାଇବା ସହ ସମସ୍ତ ଆଶା ପୂରଣ ହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ସମାଜ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ ଆୟର ପନ୍ଥା ଖୋଲିଯିବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଏହି ସମୟ ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ ହୋଇ ଥିବାରୁ ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ସମାଜ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବା ସହ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତା ରେ ଉତ୍ତୀର୍ଣ୍ଣ ହେବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । କିନ୍ତୁ୨୫/୨୬/୨୭ ତାରିଖରେ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ କଷ୍ଟ ଭୋଗି ପାରନ୍ତି । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ମନର ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ । ବ୍ୟବସାୟରେ ଲାଭର ମାର୍ଗ ପ୍ରଶସ୍ଥ ହୋଇ ଆର୍ଥିକଚିନ୍ତା ଦୂର ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଦ୍ଵନ୍ଦଥିଲେ ତାର ସମାଧାନ କରି ପାରିବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ଖେଳରେ ବିଜୟୀ ହେବେ । ଶିକ୍ଷା କ୍ଷେତ୍ରରେ ନିରାଶା ଭାବ ଦୂରହୋଇ ମାନସିକ ଶାନ୍ତି ଦେଖା ଦେବ । କିନ୍ତୁ୨୫/୨୯/୩୦ ତାରିଖରେ ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସୁଖ ସୌଭାଗ୍ୟ ବୃଦ୍ଧି ହେବା ସହ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । କିନ୍ତୁ ୨୯/୩୦/ ୩୧ତାରିଖରେ ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ କଲ୍ୟାଣ କାର୍ଯ୍ୟରେ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ସନ୍ତାନସୁଖ ପାଇବା ସହ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସାଂସାରିକ ଜୀବନ ସୁଖମୟ ହେବ । ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!