ଦୈନିକ ରାଶିଫଳ: ୨୫ ଜୁଲାଇ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧିତ ସମସ୍ତ ସମସ୍ୟା ଦୂର ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପାରିବାରିକ କ୍ଷେତ୍ରରେ ନିଜର କ୍ରୋଧକୁ ଦମନକଲେ ହସଖୁସିର ବାତାବରଣ ଦେଖାଦେବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।  ରାଜନୀତିରେ ପ୍ରଶଂସିତ ହେବେ।  ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନଙ୍କ ସୁଫଳ ଆଶାରେ ଉଲ୍ଲସିତ ହେବେ। ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ କରିବେ। ପ୍ରତିକାର- ଅସହାୟକୁ ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂର ହେବ। କୌଣସି ତିର୍ଥସ୍ଥାନକୁ ଗମନ କରିବା ପାଇଁ ଇଛୁକ ହେବେ। ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ନଚେତ୍‌ ବିପଦରେ ପଡ଼ିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନ-ସନ୍ତତିଙ୍କ ତରଫରୁ ଚିନ୍ତା ଦୂର ହେବ ଓ ଶୁଭସମାଚାର ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବେ। ଆୟ ଉପାର୍ଜନ ଉତ୍ତମ ଧରଣର ହେବ। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତ୍କାରରେ ମନରେ ସନ୍ତୋଷ ଦେଖାଦେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ପାରିବାରିକକ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା, ଖେଳ, କୁଦ, ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବା ଫଳରେ ପ୍ରଶଂସିତ ହେବେ।  ରାଜନୀତିରେ କୃତକାର୍ଯ୍ୟ ହେବେ।  ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।  ବୃତ୍ତିଗତ ଦୃଷ୍ଟିରୁ ସବୁଦିଗରୁ ସୁରକ୍ଷିତ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ।  ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ବିଦେଶ ଯାତ୍ରାରେ ଲାଭ ପାଇବେ। ମହିଳାମାନେ ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବୃତ୍ତିଗତ ଦୃଷ୍ଟିରୁ ଆୟରସ୍ରୋତ ବୃଦ୍ଧିହେବ ଓ ଆର୍ଥିକ ଦିଗରୁ ସୁରକ୍ଷିତ ରହିବେ। ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗରୁ ମୁକ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ପାରିବାରିକ ସ୍ତରରେ ସ୍ୱାର୍ଥ ପ୍ରବୃତ୍ତିର ଅଧିନ ହୋଇ ସମ୍ପର୍କର ମଧୁର ସ୍ଵାଦପାଇ ସନ୍ତୋଷ ଦେଖାଦେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଠିକ୍‌ ଫଳ ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର ବର୍ଜନ କରନ୍ତୁ। ପରୀକ୍ଷାରେ ଯଥାର୍ଥ ଉତ୍ତର ଲେଖିବା ପାଇଁ ଭୁଲିଯିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

ତୁଳା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ମାନସିକ ଅସ୍ଥିରତା ଦୂର ହେବ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ। କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ହସଖୁସିରେ ସମୟ ବିତାଇବେ। ଆର୍ଥିକ ଦିଗରୁ ସୁବିଧା ସହଯୋଗ ମିଳିବ। ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।  

ବିଚ୍ଛା:-

ଯୁବକ ଯୁବତୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ।  କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଶୁଭକାର୍ଯ୍ୟ ସମ୍ପାଦନ କରିବେ। ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ। କୃଷିଜୀବିମାନେ ଧାର୍ମିକ କାର୍ଯ୍ୟରେ ଲିପ୍ତ ଥିବାରୁ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ। ପାରିବାରିକକ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ ଓ ଅଭାବ ଅନାଟନ ଦୂରେଇ ଯିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି। ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ମକର:-

ଅଧିକ ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ମହିଳାମାନେ ସତ୍‌ କାର୍ଯ୍ୟରେ ଲିପ୍ତ ହେବେ ଓ ସମ୍ମାନିତା ମଧ୍ୟ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ। ରାଜନୀତି କ୍ଷେତ୍ରରେ ମତାମତ ସଂଗ୍ରହ କରିବେ ଓ ପଦୋନ୍ନତି ହେବାର ସମ୍ଭାବନା ଅଛି। ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ପ୍ରଚୁର ହେବ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ। ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ସ୍ୱର୍ଣ୍ଣାଦି ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ମହିଳାମାନେ ପରିବାର ମଧ୍ୟରେ ବାତ୍ସଲ୍ୟ ମମତାରେ ଆବଦ୍ଧ ରହିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ।  ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ।  ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ଲାଭବାନ ହେବେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!