ଦୈନିକ ରାଶିଫଳ: ୨୫ ଜୁଲାଇ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇମାସ ୨୫ ତାରିଖ, ଶନିବାର, କର୍କଟମାସ ୧୦ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ।  ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୧୦ଟା ୪୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ କରି ପାରନ୍ତି। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ପଢ଼ାପଢ଼ିରେ ମାନସିକ ଅଶାନ୍ତି ଦେଖା ଦେବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। କେତେକ  କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ି ପାରେ। ଯେତେ ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟି ଯିବ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ  ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। କୌଣସି ନୂତନ ଗୃହୋପକରଣ କିଣିବା ପାଇଁ ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ବଢ଼ିବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। କର୍ମକ୍ଷେତ୍ରରରେ ପୂର୍ବ ସମସ୍ୟାର ସମାଧାନ ହୋଇ କର୍ମବ୍ୟସ୍ତତାରେ ସମୟ କାଟିବେ। ପ୍ରତିକାର- ଭୋକିଲା ଲୋକକୁ ଭୋଜନ ଦିଅନ୍ତୁ।

କନ୍ୟା:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କୌଣସି ବନ୍ଧୁଙ୍କ ଦ୍ଵାରା ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରେମପ୍ରସଙ୍ଗରେ ଉନ୍ନତି ହୋଇପାରେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ କିମ୍ବା ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ। ବିଦ୍ୟାରେ ଉନ୍ନତି ହେବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।   

ଧନୁ:-

ଶାରୀରିକ କଷ୍ଟ ଦୂରେଇ ଯିବା ଫଳରେ ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ସୁଯୋଗ ପାଇ ଧନ ଲାଭର ମାର୍ଗ ଖୋଲିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଅଚାନକ ଧନପ୍ରାପ୍ତି ହେବାଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ।  ଭୌତିକ ଓ ଆଧ୍ୟାତ୍ମିକ ମାମଲା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।   

କୁମ୍ଭ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ।ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ, ମାଲିମକଦ୍ଦମାରେ ଉନ୍ନତି ହେବ। ପରିବାରରେ ପ୍ରସନ୍ନତା ବିରାଜମାନ କରିବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶତ୍ରୁମାନେ ପରାଜିତ ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଅଧୁରା କାର୍ଯ୍ୟ ପୂରଣ ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହୋଇ ଆର୍ଥିକ ସ୍ଥିତି ସୁଧୁରି ଯିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ଯାନ ବାହନ ସୁଖ ମିଳିବ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!