ଦୈନିକ ରାଶିଫଳ: 25 ଜୁଲାଇ 2021, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୨୫ ତାରିଖ, ରବିବାର, କର୍କଟ ମାସ ୧୦ ଦିନ, ଶ୍ରାବଣ ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ପ୍ରାତଃ ୫ଟା ୫୦ମିନିଟ୍ ଗତେ ଦ୍ଵିତୀୟା ତିଥି କ୍ଷୟ, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ, କୌଳବ କରଣ ପ୍ରାତଃ ୫ଟା ୫୦ମିନିଟ୍ ଗତେ ତୈତିଳ କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ପ୍ରାତଃ ୫ଟା ୫୦ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ପ୍ରାତଃ ୫ଟା ୫୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧୧ଟା ୫୩ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍ । ଦିବା ୧୦ଟା ୧୫ମିନିଟ୍ ରୁ ଦିବା ୧୧ଟା ୫୩ମିନିଟ୍ । ରାତ୍ରି ୧ଟା ୧୫ମିନିଟ୍ ରୁ ରାତ୍ରି ୨ଟା ୩୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୪ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୧ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ରାତ୍ର ୯ଟା ୧୭ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୧୪ମିନିଟ୍ ।

ମେଷ:-ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ରାଜନୀତିରେ ସଫଳତା ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ବିରୋଧୀମାନେ ହଇରାଣ ହେବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶୁଭ କାମ କରି ପ୍ରଶଂସିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ । କାର୍ଯ୍ୟକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ସହଜ ସରଳରେ କରି ପାରିବେ । ନିଜ ଲୋକମାନେ ହିଁ କାମରେ ଆସିବେ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ଶତୃମାନେ ଦୂର ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ରୋଜଗାରରେ ଉନ୍ନତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!