ଦୈନିକ ରାଶିଫଳ: 25 ଜୁଲାଇ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୨୫ତାରିଖ, ସୋମବାର, କର୍କଟମାସ୯ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି ଦିବା୪ଟା ୧୬ମିନିଟ୍ ପରେ ତ୍ରୟୋଦଶୀତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର ଦିବା ୧୧ଟା ୩୨ମିନିଟ୍ ପରେ ମିଥୁନ ରାଶିରେ ଚନ୍ଦ୍ର । ଧୃବ ଯୋଗ ଦିବା ୩ଟା ୨ମିନିଟ୍ ପରେ ବ୍ୟାଘାତ ଯୋଗ । ତୈତିଳ କରଣ ଦିବା ୪ଟା ୧୬ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ଦିବା ୧୧ଟା ୩୨ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ଦିବା ୪ଟା ୧୬ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ଦିବା ୪ଟା ୧୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ରୁ ୮ଟା ୩୮ମିନିଟ୍, ଦିବା ୩ଟା ୭ମିନିଟ୍ ରୁ ୪ଟା ୪୫ମିନିଟ୍, ରାତ୍ରି ୧୦ଟା ୩୦ମିନିଟ୍ ରୁ ୧୧ଟା ୫୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୪ମିନିଟ୍ ରୁ ୬ଟା ୫୯ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୧୦ମିନିଟ୍, ଦିବା ୪ଟା ୪୬ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ରାତ୍ର ୯ଟା ୧୯ମିନିଟ୍, ରାତ୍ର ୧୧ଟା ୫୩ମିନିଟ୍ ରୁ ୨ଟା ୨୭ମିନିଟ୍ । ପର୍ବଦିନ- ଶ୍ରାବଣ ସୋମବାର ବ୍ରତ ।

ମେଷ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସା ପାଇବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଭଲଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ କର୍ମୋନ୍ନତି ହେବାସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭକରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଦାମ୍ପତ୍ୟସୁଖ ବୃଦ୍ଧିହେବ । କଠିନ ପରିଶ୍ରମକରି କାର୍ଯ୍ୟକରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କଠାରୁ ପ୍ରଶଂସା ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ପାଇବେ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ପାଇବେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବାସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଜୀବନ ଶୈଳିରେ ପରିବର୍ତ୍ତନ ଯୋଗେ ବୈଷୟିକ ରୁଚି ପୂର୍ତ୍ତି ହେବା ସହ ସୁଖସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ କରି ନିଜର ଫାଇଦା ଉଠେଇ ପାରିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସରକାରୀ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରି ଲାଭବାନ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଦାମ୍ପତ୍ୟ ସୁଖରେ ସୁଖିହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ମାନସିକ ସ୍ଥିରତା ଓ ଶାରିରୀକ ସୁସ୍ଥତା ଯୋଗେ ଆନନ୍ଦିତ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନପନ୍ଥା ଅନୁସରଣ କଲେ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ସାବଧାନତାର ସହ କାର୍ଯ୍ୟ ନକଲେ ଯେତେ ଶୀଘ୍ର ଆଶାକରୁଥିବେ ସେତେ ବିଳମ୍ବ ହୋଇଯିବ । ବାଣିଜ୍ୟ ବ୍ୟବସାୟରେ ଆଶାନୁରୂପ ଲାଭ ପାଇବେ । ଆଚାର ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଜି ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃ, ରୋଗ, ଋଣରୁ ମୁକ୍ତି ପାଇବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପାରିବାରିକ ଅଶାନ୍ତି ଦୂରେଇଯାଇ ଉତ୍ତମ ରୋଜଗାର ହେବା ଫଳରେ ଗୃହୋପକରଣ କ୍ରୟ କରି ପାରନ୍ତି । ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାଧାନ ହୋଇଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମ ରୋମାନ୍ସରେ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପନେଇ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!