ଦୈନିକ ରାଶିଫଳ: ୨୫ ଜୁନ୍ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୫ ତାରିଖ, ଗୁରୁବାର, ମିଥୁନ ମାସ ୧୧ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ସକାଳ ୮ଟା ୪୮ମିନିଟ୍ ଗତେ ପଞ୍ଚମୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର ଦିବା ୧୨ଟା ୨୬ମିନିଟ୍ ଗତେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ତୁଳା, କୁମ୍ଭ ରାଶିର ଘାତବାର ଦିବା ୧୨ଟା ୨୬ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର ମୂଳା ନ ଖାଇଲେ ଭଲ ଦିବା ୮ଟା ୪୮ମିନିଟ୍ ଗତେ ବେଲ, ପଣସ ନ ଖାଇଲେ ଭଲ ଶୁଭସମୟପ୍ରାତଃ ୫ଟା ୧୪ମିନିଟ୍ ରୁ ୬ଟା ୫ମିନିଟ୍, ସକାଳ ୯ଟା ୩୮ମିନିଟ୍ ରୁ ୧୧ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୯ଟା ୧୭ମିନିଟ୍

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ବ୍ୟବସାୟକୁ ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ। ଉଚ୍ଚ ବିଦ୍ୟା ଅଧ୍ୟୟନ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସାମାଜିକ ସ୍ତରରେ ଖ୍ୟାତି ହେବ। ଦାମ୍ପତ୍ୟ କ୍ଷେତ୍ରରେ କିଛି ସମସ୍ୟା ଥିଲେ ସମାଧାନ ହୋଇଯିବ। ଚିତ୍ତ ପ୍ରସନ୍ନ, କାର୍ଯ୍ୟ ସିଦ୍ଧି ହେବ।  ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ମିଳିବା ସହ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକ ହେବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। ଦେହମନ ଭଲ ରହିବ ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ନୂତନ କାର୍ଯ୍ୟାରମ୍ଭ କରି ପାରିବେ। ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହାସବୃଦ୍ଧି,  କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ଋଣମୁକ୍ତ ଓ ଋଣପ୍ରାପ୍ତି ହୋଇ ପାରେ। ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ଓ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।  ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇଲେ ମଧ୍ୟ ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ରାଜନୀତିରେ ନାନା ସମସ୍ୟାର ସମ୍ମୁଖୀନ ହେଲେ ବି ଲୋକ ସମ୍ପର୍କ ଯୋଗୁ ଫାଇଦା ଉଠାଇ ପାରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ। କିଛି ଦ୍ରବ୍ୟନଷ୍ଟ ହୋଇ ପାରେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ କାମରେ ପ୍ରଶଂସା ମିଳିବ। ନୂତନ ସଂସ୍ଥାର ଆୟୋଜନ କରିବେ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ବାଦବିବାଦ, ମାଲିମକଦ୍ଦମାରେ କୃତକାର୍ଯ୍ୟ ହେବେ। ଶତ୍ରୁମାନେ ପରାଜିତ ହେବେ। ପରିବାର କ୍ଷେତ୍ରରେ ଆକସ୍ମିକ ଧନ ପ୍ରାପ୍ତି ହୋଇ ଆୟବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ଶତ୍ରୁମାନେ ମଥାନତ କରିବେ। ପୂରାତନ ରୋଗର ଉପଶମ ହେବା ସହ ବନ୍ଧୁ ସମାଗମ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମତତ୍ପରତା ଯୋଗେ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇ ପାରନ୍ତି। ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚ ଆଶା ସଫଳହେବ। ମନରେ ଉତ୍ସାହ, ମିଷ୍ଠାନ୍ନ ଭୋଜନ, ମିତ୍ରଲାଭ, ସହଯୋଗ ପ୍ରାପ୍ତି, ବାଦବିବାଦ, ମାଲିମକଦ୍ଦମାରେ ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ।ହଠାତ୍ ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ଆଶା କରୁଥିବା କାର୍ଯ୍ୟ ସ୍ଥଗିତ ରହି ପାରେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖା ଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ  ବ୍ୟବସାରେ ଉନ୍ନତି ହୋଇ ଆଶା ଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ହରାଇଥିବା ଧନ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସୁଖ ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନ, ଉଚ୍ଚ ଆଶା ପୂରଣ, ସକଳ କାର୍ଯ୍ୟରେ ସଫଳତା ମିଳିବା ସହ  ଗୃହବାହାନ ପ୍ରାପ୍ତିହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ।  ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୂଚନା ପାଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିଲେ ଆକସ୍ମିକ ଧନ ପ୍ରାପ୍ତି ହେବ। ଅବିବାହିତ ଯୁବକଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ।ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପୁରୁଣା ପ୍ରାପ୍ୟ ଆଦାୟ ହେବା ଫଳରେ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!