ଆଜି କେମିତି ରହିବ ଆପଣଙ୍କ ଦିନ : ୨୫ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଜୁନ୍ ୨୦୧୮

ମେଷ:-

ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ  । ଆକସ୍ମିକ ଦୁର୍ଘଟଣା, ଶଲ୍ୟ ଚିକିତ୍ସା, ଶତ୍ରୁମାନେ ଷଡ଼ଯନ୍ତ୍ର କରି କ୍ଷତି କରିବେ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ। କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିପାରେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର : ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

ଉଚ୍ଚାଧିକାରୀ, ସହ କର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ  । ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିକାର : ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

କର୍କଟ:–

ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରତିକାର: ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ:–

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବକରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

କନ୍ୟା:–

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ।  ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:–

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭହେବ। ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ଯୋଗ ଅଛି। ପ୍ରତିକାର:- ବିଷ୍ଣୁ ସହସ୍ର ନାମ ପାଠ କରନ୍ତୁ।

ବିଛା:–

ମହିଳାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ କଷ୍ଟ ଭୋଗିବେ। ପ୍ରତିକାର :- ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଖାଦ୍ୟ ଦିଅନ୍ତୁ।

ଧନୁ:–

ଜନସେବାରେ ନିଜକୁ ନିୟୋଜିତ କରିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର:- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ।

ମକର:–

ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର:- ବିଧବାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:–

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:–

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର :- ଗାଈକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!