ଦୈନିକ ରାଶିଫଳ: ୨୫ ଜୁନ୍ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ମାଲିମୋକଦ୍ଦମାରେ ମୁଣ୍ଡଉଚ୍ଚ ରହିବ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।   

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କନ୍ୟା:-

ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ।  ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂତନ ସମ୍ପତି କ୍ରୟ କରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!