ଦୈନିକ ରାଶିଫଳ: 25 ଜୁନ 2021, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ କିଛି ବଡ ଖୁସିର ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୫ ତାରିଖ, ଶୁକ୍ରବାର, ମିଥୁନମାସ ୧୧ ଦିନ, ଆଷାଢମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ମୂଳାନକ୍ଷତ୍ର, ସକାଳ ୬ଟା ୪୦ମିନିଟ୍ ଗତେ ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ରାତ୍ର ୮ଟା ୫୯ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୨ଟା ୧୬ମିନିଟ୍ ରୁ ୨ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୮ଟା ୩୩ମିନିଟ୍, ରାତ୍ର ୧୨ଟା ୫୫ମିନିଟ୍ ରୁ ୩ଟା ୩ମିନିଟ୍ । ପର୍ବଦିନ-ବ୍ରହ୍ମଗିରିରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଯ ପୂର୍ଣ୍ଣ ସଂପର୍କ ରହିବ । କର୍ମକ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ହେବ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଚିକିତ୍ସକ ମାନେ ଅଧିକ ଲାଭବାନ୍ ହେବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-

ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପଦ ଲାଭ ହେବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରେମିକ ପ୍ରେମିକାମାନେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ବିଦ୍ୟା କ୍ଷେତ୍ରରେ ମଧ୍ୟ ବାଧା ଦେଖା ଦେଇପାରେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରସଂଶା ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ତୁଳା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟ ସମ୍ବନ୍ଧିତ ଅନେକ ସମସ୍ୟାର ସମାଧାନ ହୋଇ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେଇ ପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ପ୍ରଶଂସିତ ହେବେ । ପ୍ରେମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପରିବାରରେ ମାନ ମନାନ୍ତର ଦୂର ହୋଇ ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ସଫଳତା ମିଳିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!