ଦୈନିକ ରାଶିଫଳ: 25 ଜୁନ 2022, ଶନିଦେବଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୫ତାରିଖ, ଶନିବାର, ମିଥୁନମାସ ୧୧ଦିନ, ଆଷାଢମାସ କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଦ୍ଵିଜାନକ୍ଷତ୍ର ଦିବା ୧୦ଟା ୨୪ମିନିଟ୍ ପରେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଧୃତି ଯୋଗ । କୌଳବ କରଣ ଦିବା ୧୨ଟା ୮ମିନିଟ୍ ପରେ ତୈତିଳ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧ଟା ୧୦ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୪ଟା ୪୬ମିନିଟ୍ ରୁ ସନ୍ଧ୍ୟା ୭ଟା ୪୬ମିନିଟ୍, ରାତ୍ର ୩ଟା ୫୨ମିନିଟ୍ ରୁ ୫ଟା ୧୩ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୧ମିନିଟ୍ ରୁ ୧୨ଟା ୧୪ମିନିଟ୍, ଦିବା ୩ଟା ୮ମିନିଟ୍ ରୁ ୩ଟା ୪୫ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୭ଟା ୫୦ମିନିଟ୍, ରାତ୍ର ୧୧ଟା ୨୮ମିନିଟ୍ ରୁ ୧ଟା ୩୬ମିନିଟ୍, ରାତ୍ର ୩ଟା ୪ମିନିଟ୍ ରୁ ୩ଟା ୫୧ମିନିଟ୍ ।

ମେଷ:-ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଅଧିକାରୀ କାମରେ ପ୍ରସନ୍ନ ରହିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବା ସହ କେତେକ କ୍ଷେତ୍ରରେ ଉଚ୍ଚପଦ ପଦବି ପ୍ରାପ୍ତି ହେବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ସରକାରୀ କାମରେ ସଫଳତା ପାଇବେ । ସ୍ୱାସ୍ଥ୍ୟରେ ସାମାନ୍ଯ ଉନ୍ନତି ପରିଲକ୍ଷିତ ହୋଇ ପାରେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!