ଦୈନିକ ରାଶିଫଳ: ୨୫ ମାର୍ଚ୍ଚ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ମାର୍ଚ୍ଚ ୨୦୧୯

ମେଷ:-

ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ ଓ ଆଳସ୍ୟ ପରାୟଣ ବୃଦ୍ଧି ପାଇବ। ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ। ନିଜ ଲୋକମାନେ ବିଶ୍ଵାସ ଘାତକତା କରି ପାରନ୍ତି। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସମାଧାନ:- ଗାଈକୁ ଖାଇବାକୁ ଦେବେ।

ମିଥୁନ:-

ବ୍ୟବସାୟରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ରାଜନୀତିରେ ଉନ୍ନତିମୂଳକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଜାଗା, ଜମି, ଗୃହ, ବାହନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇ କ୍ରୟ ବିକ୍ରୟ କରି ପାରନ୍ତି। ଦୂରଯାତ୍ରାରେ ସଫଳ ହେବେ। ସମାଧାନ:- ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ହସଖୁସିରେ ସମୟ ବିତାଇବେ ଓ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ସମାଧାନ:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିଲେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ।  ସମାଧାନ:- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବା ଫଳରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ ଓ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ମାଲିମକଦ୍ଦମା ରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସମାଧାନ:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବା ଦ୍ଵାରା ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସମାଧାନ:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ରାଜନୀତିରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସାଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ସମାଧାନ:- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରି ବାରିକ ଜୀବନରେ ସୁଖଶାନ୍ତି ମିଳିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇ ଆୟର ସ୍ରୋତ ଖୋଲି ଯିବ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରି ଉଚ୍ଚ ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ସମାଧାନ:- ପିତାମାତା ଗୁରୁ ଗୁରୁଜନଙ୍କୁ ପ୍ରଣାମ କରନ୍ତୁ। 

ମକର:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ଆର୍ଥିକ ସହାୟତା ପାଇ ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କଳା, ସଙ୍ଗୀତ, ପରୀକ୍ଷା, ପ୍ରତିଯୋଗିତାରେ ସୁନାମ ଅର୍ଜନ କରିବେ। ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନ ମନାନ୍ତର ମେଣ୍ଟିଯିବ। ରାଜନୈତିକ କ୍ଷେତ୍ରରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ସମାଧାନ:- ଗଙ୍ଗାଜଳ ସେବନ କରନ୍ତୁ।

କୁମ୍ଭ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସମାଧାନ:- ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ କରି ପ୍ରଶଂସା ପାଇବେ। ନୂତନ ବନ୍ଧୁଲାଭ ହେବା ସହ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଘରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ। ସମାଧାନ:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!