ଦୈନିକ ରାଶିଫଳ: ୨୫ ମାର୍ଚ୍ଚ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବିଦ୍ୟା ଓ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୫ତାରିଖ, ବୁଧବାର, ମୀନ ମାସ ୧୨ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୫୦ମିନିଟ୍ ରୁ ୭ଟା ୨୫ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୭ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୧୦ଟା ୪୦ମିନିଟ୍। ପର୍ବଦିନହିନ୍ଦୁ ନବବର୍ଷ, ପିତୃ ପ୍ରତିପଦା, ସୃଷ୍ଟ୍ୟ।ରମ୍ଭ ଦିବସ, ସମ୍ବତ୍ ୨୦୭୭ ପ୍ରବେଶ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟୀ ମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବାରୁ ପାରିବାରିକ, ଜମିବାଡ଼ି ସଂକ୍ରାନ୍ତୀୟ, ଧନସମ୍ପତ୍ତି ବୃଦ୍ଧି ପାଇବ। ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତି ମାନଙ୍କର ଅନେକ ଶୁଭହେବ। ବନ୍ଧୁମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଏବଂ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରିୟଜନଙ୍କ ଉଚିତ୍ ପରାମର୍ଶ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନେ ନୂଆ ଯୋଜନାରେ ସଫଳ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବିଦ୍ୟାରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଦୂରଯାତ୍ରାର ସୁଯୋଗ ପାଇ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକତାରୁ ଲାଭ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ।  କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ମାନସିକ ସୁସ୍ଥତା ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସମସ୍ୟା ଦୂର ହୋଇ ଶୁଭ ସମାଚାର ମିଳିବ। ବିଦ୍ୟାରେ ଉନ୍ନତି ହୋଇ ଉତ୍ତର ଦାୟିତ୍ୱ ବଢ଼ିବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ପ୍ରେମ ପ୍ରସଙ୍ଗରେ ନିଜଲୋକ ମାନେ ସାହାଯ୍ୟ କରିବା ଫଳରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ସତସଙ୍ଗ ଓ ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ, ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଗୃହୋପକରଣ କ୍ରୟ କରିବେ। ଦୂରଯାତ୍ରାର ସୁଯୋଗ ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କ୍ରୀଡ଼ାବିଦ୍ମାନେ ଶୁଭ ସମାଚାର ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଥିତି ସାମାନ୍ୟ ବଦଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତା ଙ୍କର ପ୍ରିୟପାତ୍ର ହେବେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!