ଦୈନିକ ରାଶିଫଳ: 25 ମାର୍ଚ୍ଚ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୫ତାରିଖ, ଗୁରୁବାର, ମୀନମାସ ୧୨ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ସକାଳ ୯ଟା ୪୭ମିନିଟ୍ ଗତେ ଦ୍ଵାଦଶୀତିଥି, ଅଶ୍ଳେଷାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଶିମ୍ବ, ଆମିଷ ନ ଖାଇଲେ ଭଲ, ସକାଳ ୯ଟା ୪୭ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୭ଟା ୨୫ମିନିଟ୍, ଦିବା ୧୦ଟା ୪୧ମିନିଟ୍ ରୁ ୧ଟା ୫ମିନିଟ୍। ପର୍ବଦିନ- ସର୍ବ ସମ୍ମତ ଆମଳକୀ ଏକାଦଶୀ, ଲକ୍ଷ୍ମୀନାରାୟଣ ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଦୂର ଯାତ୍ରାକରିଲେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ନତୁବା ଉଦରପୀଡ଼ା, ରକ୍ତଚାପ ରୋଗ ବୃଦ୍ଧି ହୋଇପାରେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ବାସଗୃହ ଓ ଯାନ ବାହାନର କେତେକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରାରେ ନୂତନପଦାର୍ଥ ସଂଗ୍ରହ କଲେ ସଫଳତା ପ୍ରାପ୍ତି ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ପ୍ରସଂଶା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ଖ୍ୟାତି ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପରିବାରରେ ଆୟ ଅପରିବର୍ତ୍ତିତ ରହି ଶାନ୍ତି ଶୃଙ୍ଖଳା ଦେଖା ଦେବ ଓ ଆଶାତୀତ ଲାଭ ମିଳିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଧନ ଆଗମନର ନୂତନସ୍ରୋତ ଖୋଲିଯାଇ ସୁଖ ସମ୍ପଦ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-

ମାନସିକ ଶାନ୍ତି ଓ ଶରୀର ଭଲ ରହିବ। ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଧର୍ମକାର୍ଯ୍ୟରେ ମତି ରହିବ। ଭାଗୀଦାରି ଓ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଲାଭବାନ ହେବେ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। କିନ୍ତୁ ଯେ କୌଣସି ବ୍ୟକ୍ତିକୁ ବିଶ୍ୱାସ କରନ୍ତୁ ନାହିଁ। ଦୂରଯାତ୍ରା କଷ୍ଟକର ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ନୂତନକାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ। ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ।

ତୁଳା:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। କୌଣସି ନୂତନ ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନ ହେବ। ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗି ଯିବ। ଆର୍ଥିକ ସ୍ୱଚ୍ଛଳତା ଫେରି ପାଇ ପାରିବାରିକ କ୍ଷେତ୍ରରୁ ପ୍ରଶଂସା ମିଳିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପାରିବାରିକସ୍ତର ହସ ଖୁସିରେ କଟିବ। ଏକାକୀ ତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ପ୍ରେମ ସମ୍ବନ୍ଧରେ ସାବଧାନ ରହିବା ଜରୁରୀ। ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ଦୂରଯାତ୍ରା ଓ ବାଦବିବାଦରୁ ଦୂରେଇ ରହିବା ପାଇଁ ପ୍ରୟାସ କରନ୍ତୁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ପାରିବାରିକ କ୍ଷେତ୍ରରେ ଉତ୍ତମ ରୋଜଗାର ଯୋଗେ ଶାନ୍ତି ବିରାଜମାନ କରିବ। ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଯଥା ଯୁକ୍ତିତର୍କ କରିଲେ ପ୍ରେମ ସମ୍ବନ୍ଧରେ ସମସ୍ୟା ଦେଖାଯିବ। ଶରୀର ପ୍ରତି ସଚେତନ ରହିବା ଉଚିତ୍‌। ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନୂଆ ଯୋଜନାଦ୍ୱାରା ଆର୍ଥିକ କ୍ଷେତ୍ରରେ ନାନା ବାଟରେ ଧନାଗମ ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରିବାରରେ ପ୍ରୀତିଭାଜନ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!