ଦୈନିକ ରାଶିଫଳ: 25 ମାର୍ଚ୍ଚ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୫ ତାରିଖ, ଶୁକ୍ରବାର, ମୀନ ମାସ ୧୧ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବାଳବ କରଣ ଦିବା ୧୧ଟା ୭ମିନିଟ୍ ପରେ କୌଳବ କରଣ । ବିଛା,ଧନୁ ଓ ମୀନ ରାଶିର ଘାତବାର । ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ନଡିଆ,ଆମିଷ ନ ଖାଇଲେ ଭଲ ରାତି ୧୦ଟା ୫ ମିନିଟ୍ ପରେ ଲାଉ ପଣସ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୦ଟା ୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୫୩ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ ୧୦ଟା ୨୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୧ମିନିଟ୍ ରୁ ୬ଟା ୩୮ମିନିଟ୍, ପ୍ରାତଃ ୭ଟା ୨୭ମିନିଟ୍ ରୁ ୮ଟା ୫୧ମିନିଟ୍, ଦିବା ୧୨ଟା ୧୭ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ଦିବା ୫ଟା ୫୫ମିନିଟ୍ ରାତ୍ର ୭ଟା ୩୧ମିନିଟ୍, ରାତ୍ର ୮ଟା ୫୩ମିନିଟ୍ ରୁ ରାତ୍ର ୧ଟା ୫୨ମିନିଟ୍ ରୁ ୪ଟା ୧୪ ମିନିଟ୍ ।

ମେଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଚାକିରୀ କ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସହନ ଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ । ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଆୟବୃଦ୍ଧି ହେବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ । ଘରୋଇ କାମରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ଶତୃମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ସହ ଦୁଃଖୀ ଲୋକଙ୍କୁ ସାହାରା ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଉନ୍ନତି କରି ପାରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଭାଇ, ବନ୍ଧୁ ଓ ମିତ୍ରଙ୍କ ସହିତ ମତଭେଦ ସମାପ୍ତ ହୋଇ ଶୁଭ ଫଳ ପାଇବେ । ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ମିତ୍ରଙ୍କ ଦ୍ଵାରା ସହାୟତା ପାଇ ପାରିବାରିକ ମାମଲା ବହୁତ ସହଜ ସରଳ ହେବା ସହ ହସ ଖୁଶିର ପରିବେଶ ସୃଷ୍ଟିହେବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସରକାରୀ କାମରେ ସଫଳତା ମିଳିବ । ଶତୃମାନେ ମଥାନତ କରିବା ସହ ପୁରାତନ ରୋଗର ଉପସମ ହେବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆନେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!