ଦୈନିକ ରାଶିଫଳ: 25 ମାର୍ଚ୍ଚ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଜୀବନର ସବୁଠୁ ବଡ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୫ ତାରିଖ, ଶନିବାର, ମୀନମାସ ୧୧ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି ଦିବା ୪ଟା ୨୩ମିନିଟ ପରେ ପଞ୍ଚମୀତିଥି, ଦ୍ଵିଜାନକ୍ଷତ୍ର ଦିବା ୧ଟା ୧୯ମିନିଟ ପରେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ସନ୍ଧ୍ୟା ୭ଟା ୨୫ମିନିଟ ପରେ ବୃଷ ରାଶିରେ ଚନ୍ଦ୍ର। ବିଷ୍କୁମ୍ଭ ଯୋଗ। ବିଷ୍ଟି କରଣ ଦିବା ୪ଟା ୨୩ମିନିଟ୍ ପରେ ବବ କରଣ। ବୃଷ, ସିଂହ ଓ କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର ସନ୍ଧ୍ୟା ୭ଟା ୨୫ମିନିଟ ପରେ ବିଛା ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ମୂଳା ନ ଖାଇଲେ ଭଲ ଦିବା ୪ଟା ୨୩ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ଦିବା ୪ଟା ୨୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୧ଟା ୨୩ମିନିଟ ରୁ ୨ଟା ୫୪ମିନିଟ, ଦିବା ୪ଟା ୨୪ମିନିଟ ରୁ ୫ଟା ୫୫ମିନିଟ, ସନ୍ଧ୍ୟା ୫ଟା ୫୫ମିନିଟ ରୁ ୭ଟା ୨୪ମିନିଟ, ରାତ୍ରି ୪ଟା ୨୦ମିନିଟ୍ ରୁ ୫ଟା ୪୯ମିନିଟ୍। ଶୁଭସମୟ- ଦିବା ୧୦ଟା ୨୨ମିନିଟ୍ ରୁ ୧ଟା ୦୫ମିନିଟ୍, ରାତ୍ରି ୮ଟା ୧୮ମିନିଟ୍ ରୁ ୧୦ଟା ୪୧ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୫୧ମିନିଟ, ରାତ୍ର ୨ଟା ୩୯ମିନିଟ୍ ରୁ ରାତ୍ର ୪ଟା ୧୪ ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ସ୍ଥାନାନ୍ତରଣ ଯୋଗ ଆସିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପର ହାତରେ ଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ସାଧାରଣ ଦିନଚର୍ଯ୍ୟ। ଅତୁଟ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ଉଚ୍ଚଆଶା ସଫଳ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ଉତ୍ତମ ରୋଜଗାର ମିଳିବ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖା ଦେଇପାରେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ମିତ୍ରତା ବୃଦ୍ଧି ପାଇବ। ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!