ଆଜି କେମିତି ରହିବ ଆପଣଙ୍କ ଦିନ : ୨୫ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ମଇ ୨୦୧୮

ମେଷ:

ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

କର୍କଟ:

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ସିଂହ:

ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ଓ ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

କନ୍ୟା:

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ  ପ୍ରଭୃତି ରୋଗ ଦେଖା ଦେଇପାରେ। ପ୍ରତିକାର:- ଅସହାୟା ବୃଦ୍ଧାମାନଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:

କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରତିକାର:-ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ଧନୁ:

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ  ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ମକର:

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିକାର- କଳା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:

ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଗାଈକୁ କଞ୍ଚାଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!