ଦୈନିକ ରାଶିଫଳ: ୨୫ ମଇ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସୁଖଶାନ୍ତିରେ ଦିନ କାଟିବେ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପ୍ରତିକାର- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ମିଥୁନ:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା ଓ ଉନ୍ନତି, ଖେଳ ରେ ପ୍ରଶଂସା, ବିଦ୍ୟାରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ସିଂହ:-

ଆର୍ଥିକସ୍ଥିତିରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନଙ୍କର ବ୍ୟବସାୟରେ ସଫଳତା ଅର୍ଜନ  ତଥା ଦୂରଯାତ୍ରାର ସୁଯୋଗ ପାଇ ହସ ଖୁସିରେ ଚଳିବେ। ଋଣ ଭରଣାରେ ସହଜ ହେବ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

କନ୍ୟା:-

ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ତୁଳା:-

ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର- ରୁଟି ଗାଈକୁ ଖାଇବାକୁ ଦେବେ।

ବିଚ୍ଛା:-

ଦାମ୍ପତ୍ୟଜୀବନ ସୁଖମୟ ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ।ପ୍ରତିକାର- ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ସାମାଜିକ ଉତ୍ସବରେ ଭାଗ ନେବେ । ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ମୀନ:-

ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହରୁ ସୁଖମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!