ଦୈନିକ ରାଶିଫଳ: 25 ମଇ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୫ତାରିଖ, ମଙ୍ଗଳବାର, ବୃଷମାସ ୧୧ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଚତୁର୍ଦଶୀତିଥି, ସ୍ଵାତୀନକ୍ଷତ୍ର, ସକାଳ ୭ଟା ୫ ମିନିଟ୍ ଗତେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ରାତି ୮ଟା ୨୯ମିନିଟ୍ ପରେ ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୪୮ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୮ମିନିଟ୍, ଦିବା ୪ଟା ୩୮ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୯ଟା ୫୩ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ନୃସିଂହ ଜନ୍ମ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପୁରାତନ ରୋଗର ଉପଶମ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ ବଢିବା ଫଳରେ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । ପାରିବାରିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଭୌତିକ ସଂବୃଦ୍ଧି ବୃଦ୍ଧି ହେବ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, ଯଶକୀର୍ତ୍ତୀରେ ବୃଦ୍ଧି ହେବ । ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ସାମୁହିକ କାର୍ଯ୍ୟ ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଶୁଭକାମ କରି ପ୍ରଶଂସିତ ହେବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ବିଚ୍ଛା:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତେଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଶାରୀରିକ କଷ୍ଟ ଦୂର ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-

ସହକର୍ମୀ ମାନଙ୍କ ସହଯୋଗ ଦ୍ଵାରା କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବା ସହ ସୁଖ ସମୃଦ୍ଧି ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବ । ଆୟ ଉପାର୍ଜନରେ ବାଧାନାହିଁ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-

ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । ପାରିବାରିକ କ୍ଷେତ୍ରରେ ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ରାଜନୈତିକ କ୍ଷେତ୍ରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!