ଦୈନିକ ରାଶିଫଳ: 25 ମଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୫ତାରିଖ, ବୁଧବାର, ବୃଷମାସ ୧୧ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଦଶମୀତିଥି ଦିବା ୧୦ଟା ୩୨ମିନିଟ୍ ପରେ ଏକାଦଶୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ । ବିଷ୍ଟି କରଣ ଦିବା ୧୦ଟା ୩୨ମିନିଟ୍ ପରେ ବବ କରଣ । କର୍କଟ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୧୦ଟା ୩୨ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୦ଟା ୩୨ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୮ଟା ୨୭ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୪୩ମିନିଟ୍ ରୁ ଦିବା ୧ଟା ୨୧ମିନିଟ୍, ରାତ୍ରି ୨ଟା ୨୭ମିନିଟ୍ ରୁ ୩ଟା ୪୯ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୬ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ରାତ୍ର ୯ଟା ୫୩ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ୧ଟା ୩୧ମିନିଟ୍ ।

ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ ।

ମିଥୁନ:- ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ଅସାନ୍ତି ଦୂର ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦେଖା ଦେଇ ପାରେ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମାନସିକ ସ୍ଥିତି ଭଲ ରହିବ । ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବା ଫଳରେ ନୂତନ ଉଦ୍ୟୋଗରେ ପଇସା ଖଟେଇବା ପାଇଁ ଚିନ୍ତା କରିବେ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ନୂତନ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରି ଚାଲିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ପାରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:-ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି । ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ କର୍ମକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଭୂମିଲାଭ ଯୋଗ ମଧ୍ୟ ଘଟିବ । ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡି ଯାଉଥିବା ଟଙ୍କା ମିଳି ପାରିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!