ସାପ୍ତାହିକ ରାଶିଫଳ: ମଇ ୨୫ ରୁ ମଇ ୩୧, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ।  ରାଜନୀତି କ୍ଷେତ୍ରରେ ଉଚ୍ଚଆଶା ସଫଳ ହୋଇ ଦୂରଯାତ୍ରାରେ ଲାଭପାଇବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ।  ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର:-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘ ଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ। ଯୁବକଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵଜନ ଓ ମିତ୍ରଙ୍କଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ସମ୍ପତ୍ତି କ୍ରୟ ବିକ୍ରୟ ଓ ଯାନ ବାହନ କ୍ରୟ ବିକ୍ରୟ କରି ପାରନ୍ତି। ଯାତ୍ରାରେ ସମୟ କଟିବ ଓ ସଶ୍ରମ ଦ୍ଵାରା ଲାଭ ପାଇବେ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଗୃହ ବଦଳେଇବେ ନତୁବା ଗୃହରେ କିଛି ପରିବର୍ତ୍ତନ କରି ପାରନ୍ତି।  ସମୟ ଅନୁକୂଳ ଥିବାରୁ ଆଖପାଖକୁ ଯାତ୍ରା କରି ମହତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ-ପ୍ରତିଷ୍ଠା ବୃଦ୍ଧି ହେବ। ଦାମ୍ପତ୍ୟ ସୁଖବୃଦ୍ଧି ହେବ। ଆର୍ଥିକ ସମସ୍ୟାରେ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। କ୍ରୋଧିତ ହେବେ ନାହିଁ ନଚେତ୍ ତିଆରି କରିଥିବା କାର୍ଯ୍ୟ ବିଫଳ ହେବ। ସନ୍ତାନ ସନ୍ତତି ମାନଙ୍କପାଇଁ ଫଳ ଉତ୍ତମ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ନାନା ବାଟରେ ଧନାଗମ ଘଟିବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା ଧନ ଲାଭ ହେବ। ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ। ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା  ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାରହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରନ୍ତି। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ। ପ୍ରତିକାର ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ବ୍ୟବସାୟ ବୃଦ୍ଧି ହେବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ ଏବଂ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ।  ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜକୀୟ ମାମଲାରେ ସଫଳତା ମିଳିବ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!