ଦୈନିକ ରାଶିଫଳ: ୨୫ ନଭେମ୍ବର ୨୦୧୮। ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ସବୁ ରାଶିର ଲୋକଙ୍କର ସମସ୍ତ ସମସ୍ୟା ହେବ ସମାଧାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ନଭେମ୍ବର ୨୦୧୮। ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ସବୁ ରାଶିର ଲୋକଙ୍କର ସମସ୍ତ ସମସ୍ୟା ହେବ ସମାଧାନ

ମେଷ:-

ବ୍ୟବସାୟରେ ଉତ୍ତମ ଲାଭ ହେବା ସହ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ।  ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ସାମାଜିକ ସ୍ତରରେ ସହନ ଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଯୁବକ ଯୁବତୀମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳତା ଲାଭ କରିବେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ଉତ୍ତମ ଲାଭ ପ୍ରାପ୍ତି ହେବା ସହ ବେଶ୍ ଦୁଇ ପଇସା ରୋଜଗାର ହୋଇ ପାରିବ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : ପଞ୍ଚମୁଖୀ ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ।

ମିଥୁନ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଯୁବକ-ଯୁବତୀ ମାନଙ୍କର ବିବାହ କ୍ଷେତ୍ରରେ ବାଧା ଦୂରେଇ ଯିବ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ପରିବାରରେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଭାଙ୍ଗିପଡିବେ ନାହିଁ। ବ୍ୟବସାୟରେ କିଛିଟା ଲାଭ ହେବ। ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ଆର୍ଥିକ ଉନ୍ନତି ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:-

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକଶାନ୍ତି ମିଳିବା ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ସାମାଜିକ ସ୍ତରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନରେ ବାଧା ନାହିଁ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ବେୟ ତୁଳନାରେ ଆୟ ବହୁତ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର:-ବୃଦ୍ଧବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ବିଛା:-

ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଡାକ୍ତରଙ୍କ ପାଖକୁ ଯିବାକୁ ପଡିପାରେ, କିନ୍ତୁ କୌଣସି ଡରିବାର ବା ଚିନ୍ତାର କଥା ନାହିଁ। ବୈବାହିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଆପଣଙ୍କ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ। ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପାରିବାରିକ  ସମସ୍ୟା ସମାଧାନ ହୋଇ ପ୍ରଶଂସିତ ହେବେ।  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ। ଘର ପରିବାରସ୍ଥିତି ଭଲ ରହିବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ଆର୍ଥିକସ୍ଥିତି ଭଲ ରହିବ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଖର୍ଚ୍ଚ କରିବାକୁ ପଡିବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର:-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର:-ଶିବମନ୍ଦିରରେ କ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!