ଦୈନିକ ରାଶିଫଳ: ୨୫ ନଭେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ। ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନ ଉନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ବୃଦ୍ଧିହେବ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟୀମାନଙ୍କର କାରବାର ବଢିବ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମାନସିକ ସ୍ୱାସ୍ଥ୍ୟ ବ୍ୟବସ୍ଥିତ ରହିବ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପରୀକ୍ଷା, ପ୍ରତି ଯୋଗୀତାରେ ବିଜୟୀ ହେବେ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଋଣରୁ ମୁକ୍ତି ମିଳିବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଶତ୍ରୁବାଧା ଦୂରେଇ ଯିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ମହିଳାମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କ ଆଗମନ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରି ପାରନ୍ତି। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବ୍ୟବସାୟରେ ଲକ୍ଷ୍ମୀଙ୍କ କୃପା ଫଳରେ ପୂର୍ଣ୍ଣ ସଫଳତା ସହ ପୂର୍ବ ସମସ୍ୟାର ସମାଧାନ ହୋଇ ଆକସ୍ମିକ ଧନ ପ୍ରାପ୍ତ ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!