ଦୈନିକ ରାଶିଫଳ: 25 ନଭେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ୨୫ତାରିଖ, ବୁଧବାର, ବିଛାମାସ ୧୦ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ଶିମ୍ବ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୬ମିନିଟ୍ ରୁ ୮ଟା ୧୫ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ୧୧ଟା ୩୨ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୩ଟା ୩୩ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୩୨ମିନିଟ୍ ରୁ ୨ଟା ୪୮ମିନିଟ୍। ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଦେବୋତ୍ଥାପନୀ ବଡ ଏକାଦଶୀ ଉପବାସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନୂଆ ଯୋଜନାରେ ସଫଳ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସରକାରୀ ସାହାଯ୍ୟ ମିଳିପାରେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯିବ। କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ। ସତର୍କ ନହେଲେ ଯାନବାହନରେ ତ୍ରୁଟି ଦେଖା ଦେଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନରହିଲେ ବିପଦର ସମ୍ମୁଖୀନ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଦୂର ଯାତ୍ରାରେ ଅତ୍ୟଧିକ ଆୟ ବୃଦ୍ଧି ହେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ। ନୂତନ କର୍ମ ପ୍ରାପ୍ତି ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ବିଚ୍ଛା:-

ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପାରିବାରିକ କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ ନେଇ ପାରିବେ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସାମାଜିକ ସ୍ଥିତି ମାନସମ୍ମାନ ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହୋଇ କାର୍ଯ୍ୟ ହାସଲ ହେବା ଫଳରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ ଓ ଶାରୀରିକ କଷ୍ଟ ଦୂରେଇ ଯିବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବା ସହ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!