ଦୈନିକ ରାଶିଫଳ: 25 ନଭେମ୍ବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୫ତାରିଖ, ଶୁକ୍ରବାର, ବିଛାମାସ ୧୦ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ସୁକର୍ମା ଯୋଗ ସକାଳ ୮ଟା ୪୨ମିନିଟ୍ ପରେ ଧୃତି ଯୋଗ। ବାଳବ କରଣ ଦିବା ୧୨ଟା ୭ମିନିଟ୍ ପରେ କୌଳବ କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ସନ୍ଧ୍ୟା ୫ଟା ୨୧ମିନିଟ୍ ପରେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ ରାତି ୧୦ଟା ୩୫ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ। ଯୋଗିନୀ- ଉତ୍ତରେ ରାତି ୧୦ଟା ୩୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୪୯ମିନିଟ୍ ରୁ ୧୧ଟା ୩୩ମିନିଟ୍, ରାତ୍ରି ୮ଟା ୧୭ମିନିଟ୍ ରୁ ୯ଟା ୫୫ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୬ଟା ୪୭ମିନିଟ୍, ସକାଳ ୭ଟା ୩୩ମିନିଟ୍ ରୁ ୮ଟା ୪୮ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୮ଟା ୧୬ମିନିଟ୍, ରାତ୍ର ୧୨ଟା ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୭ମିନିଟ୍ ରୁ ୪ଟା ୧୯ମିନିଟ୍। ପର୍ବଦିନ- ଦ୍ଵିତୀୟା ଚନ୍ଦ୍ର ଦର୍ଶନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବୃଷ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମନରେଥିବା କାମନା ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ନୂଆ ଚାକିରୀ ହେବାର ଅଫର୍ ମିଳିବ। ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ପରିବାରରେ ମାନ ମନାନ୍ତର ଦୂର ହେବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟୀ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ ଓ ଧର୍ମ କର୍ମରେ ରୁଚି ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କିଛି ଅସୁବିଧା ନଥିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ମାନସମ୍ମାନ ପ୍ରତିଷ୍ଠା ପ୍ରତ୍ତିପତିରେ ବୃଦ୍ଧି ହେବ। ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ଚାକିରୀରେ ଉନ୍ନତି କରିବେ ଓ ଅଧିକାରୀ କାମରେ ଖୁସିହେବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶୁଭ ସମ୍ବାଦପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ମାଲିମୋକଦ୍ଦମାରେ ପଶିଲେ ଅପଦସ୍ତ ହେବା ସାର ହେବ। ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ ଓ ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସହକର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!