ଦୈନିକ ରାଶିଫଳ: 25 ଅକ୍ଟୋବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨୫ତାରିଖ, ମଙ୍ଗଳବାର, ତୁଳାମାସ ୯ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ଦିବା ୪ଟା ୧୮ମିନିଟ୍ ପରେ ପ୍ରତିପଦାତିଥି, ଚିତ୍ରା ନକ୍ଷତ୍ର ଦିବା ୨ଟା ୧୫ମିନିଟ୍ ପରେ ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୧୨ଟା ୩୦ମିନିଟ୍ ପରେ ପ୍ରୀତି ଯୋଗ । ନାଗ କରଣ ଦିବା ୪ଟା ୧୮ମିନିଟ୍ ପରେ କିସ୍ତୁଘ୍ନ କରଣ । ମକର ରାଶିର ଘାତବାର । ଆମିଷ, ତୈଳ ନ ଖାଇଲେ ଭଲ ଦିବା ୪ଟା ୧୮ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୪ଟା ୧୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ୨ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ରି ୮ଟା ୨୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୬ଟା ୩୩ମିନିଟ୍, ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୧୩ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୮ଟା ୩୩ମିନିଟ୍, ରାତ୍ର ୯ଟା ୨୫ମିନିଟ୍ ରୁ ୧୧ଟା ୫୫ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ୩ଟା ୧୬ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୪୭ମିନିଟ୍ । ପର୍ବଦିନ- ପ୍ରଦୀପାମାବାସ୍ୟା, ପୟାଶ୍ରାଦ୍ଧ, ସୁଖରାତ୍ରି, ଗୋବର୍ଦ୍ଧନୋତ୍ସବ, ଗିରି ଗୋବର୍ଦ୍ଧନ ପୂଜା, ଅନ୍ନକୂଟ, ଗୋସହସ୍ରି ଗଙ୍ଗା ସ୍ନାନ ଯୋଗ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସରକାରୀ କାମରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଆର୍ଥିକ ପରିସ୍ଥିତି ଉତ୍ତମ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ସହଜ ସରଳରେ କରି ପାରିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କାର୍ଯ୍ୟକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତିହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । କେହି କୌଣସି କ୍ଷତି କରିପାରିବେ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ଗୃହବାହନ ପ୍ରାପ୍ତି ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!