ଦୈନିକ ରାଶିଫଳ: ୨୫ ଅକ୍ଟୋବର ୨୦୧୮। ଲକ୍ଷ୍ମୀ ମା’ଙ୍କ କୃପା ବର୍ଷିବ ଏହି ୩ ଟି ରାଶି ଉପରେ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୫ ଅକ୍ଟୋବର ୨୦୧୮। ଲକ୍ଷ୍ମୀ ମା’ଙ୍କ କୃପା ବର୍ଷିବ ଏହି ୩ ଟି ରାଶି ଉପରେ।

ମେଷ:-

କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଭାବନାର  ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗ ସାଥିଙ୍କ ଠାରୁ ଦୂରରେ ରହିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉନ୍ନତି ଓ କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ପ୍ରତିଯୋଗିତା ପରୀକ୍ଷା, ବାଦ-ବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଜ୍ୟ ହୋଇ  ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷରେ ଜର୍ଜରିତ ହେବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:-

ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ସନ୍ତୋଷ ଦେଖାଦେବ। ବ୍ୟବସାୟରେ ଉନ୍ନତି ହେବ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:

ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶତୃ ବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେଇ ପାରେ। ଦୁଃଶ୍ଚିନ୍ତା ମଧ୍ୟରେ ଗତି କରିବେ। ପତ୍ନୀଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:-

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ  ରୁଚି ବୃଦ୍ଧି ହେବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କର୍ମ ପ୍ରତି ଉତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ ପାରେ। ପରିବାରର ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର: ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!