ମେଷ:-
ସାମାଜିକ ଉତ୍ସବରେ ଯୋଗ ଦେବେ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପରିବାରରେ କିମ୍ବା କୁଟୁମ୍ବରେ ଶୁଭ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ। ରାଜନୀତି କାର୍ଯ୍ୟରେ ବିରୋଧୀ ମାନେ ହଇରାଣ ହୋଇ ମଥାନତ କରିବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା କରିବାକୁ ପଡିପାରେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ବୃଷ:-
ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ରାଜନୀତିରେ ସଫଳତା ମିଳିବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-
ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଭ୍ରମଣ କରିବାର ସୁଯୋଗ ଅଛି। ରାଜନୀତି କାର୍ଯ୍ୟରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ କୌଣସି ବରିଷ୍ଠ ରାଜନେତା ଦେଖାହୋଇ ପାରନ୍ତି। ଋଣ ଭରଣାର ଯୋଜନା କରିବେ ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-
ରାଜନୈତିକ କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବ ସାୟରେ ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-
ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ଅର୍ଥ ଲାଭ କରିବେ। ପାରିବାରିକ ଜୀବନରେ ସୁଧାର ହେବ। ରାଜନୈତିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ତୁଳା:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସରକାରୀ କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ଷମତା ଶକ୍ତି ବଳରେ ସମୟ ବିତାଇବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।
ବିଚ୍ଛା:-
ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହୋଇ ପାରନ୍ତି। ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।
ଧନୁ:-
ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମକର:-
କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢି ପାରିବେ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନଙ୍କର କେତେକ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟାକ୍ଷେତ୍ରରେ ନୀତିସମ୍ପନ୍ନ ପଢାପଢିରେ ମନଯୋଗ ଦେଇ ସଫଳହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-
ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବା ଫଳରେ ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମୀନ:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ଶୁଭ ସମାଚାର ମିଳିପାରେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରି ପାରନ୍ତି। ଆର୍ଥିକସ୍ଥିତି ସୁଧୁରି ଯାଇ, ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988