ଦୈନିକ ରାଶିଫଳ: 25 ଅକ୍ଟୋବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ଵାସ୍ଥ୍ୟରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୫ ତାରିଖ, ରବିବାର, ତୁଳା ମାସ ୯ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ନବମୀତିଥି, ସକାଳ ୭ଟା ୪୨ମିନିଟ୍ ଗତେ ଦଶମୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର, ଦିବା ୩ଟା ୨୬ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୩୫ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୯ଟା ୨୪ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ନିଜ ଲୋକମାନେ ପରଭଳି ବ୍ୟବହାର କରି ପାରନ୍ତି। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଶତୃମାନେ ପରାଜିତ ହେବେ। ପୂରାତନ ରୋଗର ଉପଶମ ହୋଇ ପାରେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳି ପାରେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରି ପାରନ୍ତି। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରଧନ ଭୋଗ କରିବାର ଲାଳସା ଓ  ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ  ଶତୃମାନେ ପୁନରାୟ ପଛରେ ଲାଗିଯିବେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ମିଷ୍ଠାନ୍ନ ଭୋଜନ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ।  ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍।

ତୁଳା:-

ଶୁଭ ସମାଚାର ମିଳିବା ସହ ନିଜଲୋକମାନେ ସାହାଯ୍ୟ କରିବା ଫଳରେ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ପ୍ରେମିକ ପ୍ରମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ।  ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅଧିକ ଲାଭାନ୍ଵିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେଇ ପାରେ। ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମକର:

ଶାରୀରିକ ଅସୁସ୍ଥତା ଦୂରହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପରିବାରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପିଲା ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଶାନ୍ତି ପାଇବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ।  କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ସାକ୍ଷାତକାରରେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!