ଦୈନିକ ରାଶିଫଳ: 25 ସେପ୍ଟେମ୍ବର 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୨୫ତାରିଖ, ରବିବାର, କନ୍ୟାମାସ ୯ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ଦିବା ୧୧ଟା ୨୧ମିନିଟ୍ ପରେ କନ୍ୟା ରାଶିରେ ଚନ୍ଦ୍ର । ଶୁଭ ଯୋଗ ସକାଳ ୯ଟା ୪ମିନିଟ୍ ପରେ ଶୁକ୍ଳ ଯୋଗ । ଚତୁଷ୍ପଦ କରଣ ଦିବା ୩ଟା ୨୨ମିନିଟ୍ ପରେ ନାଗ କରଣ । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର ଦିବା ୧୧ଟା ୨୧ମିନିଟ୍ ପରେ ବୃଷ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ରାତି ୩ଟା ୨୪ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଐଶାନ୍ୟେ ରାତି ୩ଟା ୨୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୮ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ରି ୧ଟା ୮ମିନିଟ୍ ରୁ ୨ଟା ୩୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୮ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୩ଟା ୧୨ମିନିଟ୍, ଦିବା ୪ଟା ୨ମିନିଟ୍ ରୁ ୪ଟା ୬ମିନିଟ୍, ରାତ୍ର ୮ଟା ୨ମିନିଟ୍ ରୁ ୯ଟା ୩୬ମିନିଟ୍, ରାତ୍ର ୧୨ଟା ୩ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୨ଟା ୪୦ମିନିଟ୍ ରୁ ୫ଟା ୩୮ମିନିଟ୍ । ପର୍ବଦିନ- ମହାଳୟା ଶ୍ରାଦ୍ଧ, ସର୍ବପିତୃ ଅମାବାସ୍ୟା, ଫୁଲୋରି ବ୍ରତ, ବଜ୍ରକାଳିକା ପୂଜା, ସୂର୍ଯ୍ୟମହତୀ ସ୍ନାନ ଯୋଗ, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ ।

ମେଷ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । କର୍ମସଂଧାନୀ ମାନେ ପ୍ରତିଯୋଗୀତା କ୍ଷେତ୍ରରେ ସଫଳ ହେବେ । ନୂତନ ବସ୍ତୁ କ୍ରୟ କରି ପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବିଦେଶ ଯାତ୍ରାରେ ସଫଳ ହେବେ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଛାତ୍ର ଛାତ୍ରୀମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଛାତ୍ର ଛାତ୍ରୀମାନେ ଉଚ୍ଚଶ୍ରେଣୀ ପାଇବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । କେତେକ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନଙ୍କର ମନଖୁସି ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଶୁଭ କାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । କାରଣ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ନୂତନ ଯୋଜନାରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ବନ୍ଧୁଙ୍କ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶାରିରୀକ ସୁସ୍ଥତା ଦେଖା ଦେବ । ହରାଇ ଥିବା ଧନ ପ୍ରାପ୍ତି ହେବା ଫଳରେଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବା ବ୍ୟକ୍ତି ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!