ଦୈନିକ ରାଶିଫଳ: ୨୫ ସେପ୍ଟେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଇଂରାଜୀ ପ୍ରଫେସର, ଫଟୋଗ୍ରାଫି, ଅଭିନେତା ଅଭିନେତ୍ରୀ ଓ ସଙ୍ଗୀତଜ୍ଞ ମାନେ ଉନ୍ନତିର ସୁଯୋଗ ପାଇବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀ ମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଯାନବାହନ ସୁଖ ମିଳିବ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ। ବାକ୍ୟ ସଂଯମତା ରଖିଲେ ମାଲିମୋକଦ୍ଦମାରେ ବିଜୟ ସୁନିଶ୍ଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବା ଫଳରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳି ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରି ଆର୍ଥିକ ସହାୟତା ପାଇ ପାରନ୍ତି। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!