ଦୈନିକ ରାଶିଫଳ: ୨୫ ସେପ୍ଟେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨୫ ତାରିଖ, ଶୁକ୍ରବାର, କନ୍ୟାମାସ ୧୦ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ନବମୀତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୦ମିନିଟ୍ ରୁ ୬ଟା ୨୬ମିନିଟ୍, ସକାଳ ୭ଟା ୧୬ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୩ମିନିଟ୍ ରୁ ୩ଟା ୧୨ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ୫ଟା ୩୫ମିନିଟ୍, ସନ୍ଧ୍ୟା ୬ଟା ୨୫ମିନିଟ୍ ରୁ ରାତ୍ର ୮ଟା ୩୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରି ପାରନ୍ତି। ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ସ୍ଥିତି ଠିକ୍ ରହି ନପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ।  ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧିହେବା ସହ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି। ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ। ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶତୃମାନେ ମଥାନତ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ସମସ୍ତ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ସହ ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁରାତନ ରୋଗର ଉପସମ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ସମସ୍ତ ଚିନ୍ତା ଦୂର ହୋଇ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ।  ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପରାକ୍ରମ ବଢିବା ସହ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ଯିବା ଫଳରେ ପରିବାରରେ ସୁଖଭୋଗ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ।ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବା ସହ କର୍ମଚାରୀ ମାନଙ୍କଦ୍ଵାରା ବହୁତ ଲାଭ ଉଠାଇ ପାରିବେ। ଆୟବୃଦ୍ଧି, ଋଣମୁକ୍ତି, ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ସାମାନ୍ୟ ସୁଧାର ଆସିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଭାଇମାନଙ୍କ ଠାରୁ ବିଶେଷ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟପୂରଣ କରି ପାରିବେ ନାହିଁ। ଶତୃମାନେ ମୁଣ୍ଡ ଟେକିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ସହ ଗୃହବାହନ ପ୍ରାପ୍ତି ହୋଇ ପାରେ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇ ପାରେ। କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆକସ୍ମିକ ଧନ ପ୍ରାପ୍ତି ହେବ। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ନୂତନ ସମ୍ପତି କ୍ରୟ ନକରିବା ଉଚିତ୍। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀ ମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ ଓ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟ କ୍ଷେତ୍ରରେ ଜୟଜୟକାର ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷାରେ ସଫଳତା ମିଳିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!