ସାପ୍ତାହିକ ରାଶିଫଳ: ଫ୍ରେବୃଆରି ୨୫ ରୁ ୩ ମାର୍ଚ୍ଚ, ଏହି ସପ୍ତାହରେ ଏହିସବୁ ରାଶିକୁ ମିଳିବ ଅତ୍ୟନ୍ତ ଶୁଭ ଫଳ, ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଫ୍ରେବୃଆରି ୨୫ ରୁ ୩ ମାର୍ଚ୍ଚ

ମେଷ:-

ଏ ସପ୍ତାହରେ ସମସ୍ତପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନଙ୍କର ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। କୃଷିଜୀବି ମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ଆୟ ମଧ୍ୟ ଉତ୍ତମ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ସର୍ବାଧିକ ଭାଗ୍ୟଶାଳୀ ହେବେ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷା ଓ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାନ ଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ରାସ୍ତା ପରିଷ୍କାର କରି ପାରିବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ଏ ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ଆୟ ଉତ୍ତମ ହେବ। ଚାକିରୀ  କ୍ଷେତ୍ରରେ ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପ୍ରାପ୍ତିହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି କୋର୍ଟ କଚେରୀ ମାମଲା ଓ କର୍ମକ୍ଷେତ୍ରରେ ସମସ୍ତଙ୍କ ମେଳରେ ରହି ସୁଖସନ୍ତୋଷରେ କଟିବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବା ଫଳରେ ଉଚ୍ଚଶ୍ରେଣୀ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଦାମ୍ପତ୍ୟସୁଖରେ ଆନନ୍ଦ ପାଇବେ। ଇଂରାଜୀ ପ୍ରଫେସର, ଅଭିନେତା, ଅଭିନେତ୍ରୀ, ଓ ସଙ୍ଗୀତଜ୍ଞମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ନିଜକାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରି ଲାଭ ପାଇବେ। ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏ ସପ୍ତାହରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାକିଥିବା ଅର୍ଥପ୍ରାପ୍ତି ହେବା ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଶତୃ ପରାଜିତ ହେବେ ଓ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଗୃହସ୍ଥ ଜୀବନ ସୁଖମୟ ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ ଓ ସମୟ ଗୁଡିକ ହସ ଖୁସିରେ ବିତିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପରିବାରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:-

ଏ ସପ୍ତାହରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ। ଆକସ୍ମିକଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ। ଯେ କୌଣସିକାର୍ଯ୍ୟରେ ହାତଦେଲେ ସଫଳହେବେ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ଉନ୍ନତି ନେଇ ଖୁସି ରହିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ନେଇ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଏ ସପ୍ତାହରେ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବା ସହ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ପାଇବେ। ସାମାଜିକ କ୍ଷେତ୍ରରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବିଦ୍ୟାରେ ଉନ୍ନତି ଯୋଗେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟ କରୁଥିଲେ ଲାଭବାନ ହେବେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ। କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଉପରିସ୍ଥ ଅଧିକାରୀଙ୍କ ଠାରୁ ସମ୍ମାନିତ ହେବେ। ସନ୍ତାନମାନଙ୍କ ପାଇଁ ଅଧିକାଂଶ ସମୟ ଆନନ୍ଦିତ ରହିବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ଫଳରେ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ଏ ସପ୍ତାହରେ ସରକାରୀ କର୍ମଚାରୀ ମାନେ ସହକର୍ମୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ। କେତେକ କ୍ଷେତ୍ରରେ ଭଲ କାମ କରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ବିଦ୍ୟାର୍ଥିମାନେ ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏ ସପ୍ତାହରେ ଆୟବୃଦ୍ଧି ହେବ। କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ରାଜନୀତିରେ ସଫଳତା ପାଇବେ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହୋଇ ପ୍ରସନ୍ନତା ବିରାଜମାନ କରିବ। ଶତ୍ରୁମାନେ ମଥାନତ କରିବେ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ ଓ କୃତକାର୍ଯ୍ୟ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ଓ ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଗ୍ରହ ବଢିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏ ସପ୍ତାହରେ କର୍ମ କ୍ଷେତ୍ରରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ ପୂର୍ଣ୍ଣ ସଫଳତା ପାଇବେ। ପୂର୍ବ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ଜୟ ଓ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ନୂତନ ସଂସ୍ଥାର ଆୟୋଜନ କରିବେ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଯାନ ବାହାନ ପ୍ରାପ୍ତି ହେବ। ମାନସିକ ଶାନ୍ତି ମିଳିବ। ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଏ ସପ୍ତାହରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକକ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳହେବେ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉତ୍ସାହିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଭାଇ ଓ ଭାଗୀଦାର ମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ଥିଲେ ମେଣ୍ଟିଯିବ। ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇ ପରିଶ୍ରମ ଦ୍ୱାରା ପ୍ରବଳ ଲାଭ ପାଇବେ। ସଚ୍ଚୋଟ ମିତ୍ର ପ୍ରାପ୍ତି ହେବେ। ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟ ସୁରୁଖୁରୁରେ ସମାଧାନ ହୋଇଯିବ। କର୍ମଚାରୀମାନେ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅଧିକଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ରାଜନୀତି କ୍ଷେତ୍ରରେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷା  ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!