ଦୈନିକ ରାଶିଫଳ: ୨୬ ଏପ୍ରିଲ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୬ତାରିଖ, ରବିବାର, ମେଷ ମାସ ୧୪ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ରୋହିଣୀ ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ପୋଟଳ ଓ ମୂଳା ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୫ମିନିଟ୍ ରୁ ୯ଟା ୩୬ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରାରମ୍ଭ, ଶ୍ରୀ ଜୀଉଙ୍କ ରଥ ଅନୁକୂଳ, ପର୍ଶୁରାମ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ପନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ  ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ।ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ କୌଣସି ନୂଆ କାମ ବା ନୂଆ ଅର୍ଡର ମିଳିପାରେ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ଓ ବିରୋଧୀମାନେ ଦୂରେଇ ଯିବେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରି ପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ମାଆବାପା, ଗୁରୁ ଗୁରୁଜନଙ୍କ ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଆଧ୍ୟାତ୍ମିକ, ବୌଦ୍ଧିକ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ପାଇବେ। ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ପରିବର୍ତ୍ତନ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହୋଇ ଥିବାରୁ ସାମାନ୍ୟ ପରିଶ୍ରମ କଲେ ଶୁଭସୂଚନା ପ୍ରାପ୍ତ ହେବ। କର୍ମ କ୍ଷେତ୍ରରେ ଶୁଭ ସମାଚାର ପାଇ ଖୁସିହେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରି ପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପରିବାରର ଅନ୍ୟ ସଦସ୍ୟଙ୍କ ସହ ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ପ୍ରେମୀ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ନୈତିକତା ହିସାବରୁ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ। ଧନ ଲାଭ ହେବାର ସମ୍ଭାବନା ଅଛି। ପୈତୃକ ସମ୍ପତ୍ତି  ସମ୍ବନ୍ଧୀୟ ସମସ୍ୟା ସମାଧାନ କରିପାରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଆନ୍ତରିକ ଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ମାନସିକ ଶାନ୍ତି ଅନୁଭବ କରିବେ। ଡାକଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରେମ ପ୍ରସଙ୍ଗରେ ପରିସ୍ଥିତି ବଦଳିଯିବ। ପାରିବାରିକ କ୍ଷେତ୍ରରେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପ୍ରେମୀପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ଇଲୋକଟ୍ରନିକ୍ସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରି ପାରନ୍ତି। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!