ଦୈନିକ ରାଶିଫଳ: ୨୬ ଅଗଷ୍ଟ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟ ଓ କର୍ମରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ

ମିଥୁନ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଗୃହବାହନ ପ୍ରାପ୍ତି ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ପ୍ରତିକାର:- କୁକୁରକୁ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ମହିଳାମାନଙ୍କ ସଫଳତାରେ ଖୁସିହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!