ଦୈନିକ ରାଶିଫଳ: ୨୬ ଅଗଷ୍ଟ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୬ ତାରିଖ, ବୁଧବାର, ସିଂହ ମାସ ୧୧ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ଦିବା ୧୦ଟା ୩୯ମିନିଟ୍ ଗତେ ନବମୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ନଡିଆ, ଆମିଷ ନ ଖାଇଲେ ଭଲ, ଦିବା ୧୦ଟା ୩୯ମିନିଟ୍ ଗତେ ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୨ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୫ଟା ୧୨ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ର ୧୦ଟା ୩୮ମିନିଟ୍। ପର୍ବଦିନ- ରାଧାଷ୍ଟମୀ (ବୈଷ୍ଣବ), ବୁଧିବାମନ ଓଷା ୪ର୍ଥ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମୟିକ ଚିନ୍ତା ଦୂରହେବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। କେତେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ର, ଭାଇ, ବନ୍ଧୁମାନେ ସହଯୋଗ କରିବେ। କର୍ମରେ ମନସନ୍ତୁଷ୍ଟ ରହିବ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଉତ୍ତର ଦାୟିତ୍ୱ ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବା ସହ ପ୍ରିୟଜନଙ୍କ ସହ ମିଳନ ହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସୃଷ୍ଟି ହୋଇ ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ବେରୋଜଗାରଙ୍କୁ ରୋଜଗାର ମିଳିବାର ବାଟ ମିଳିଯାଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଧୈର୍ଯ୍ୟ ଓ ବୁଦ୍ଧିମତା  ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟରେ ସଫଳତା ଅର୍ଜନ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ କରି ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରି ପ୍ରଶଂସିତ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପରିବାର ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। କର୍ମକ୍ଷେତ୍ରରେ ଅସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚ ଆଶାରେ ଆଗେଇବେ ଓ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ  ଧନଧାନ୍ୟ, ଗୋ, ସଂପଦ ଆଦି ପ୍ରାପ୍ତି ହବାର ଯୋଗ ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଆର୍ଥିକ ସମସ୍ୟା ଦୂର ହେବ। ଶତ୍ରୁହାନି, ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ଓ ପ୍ରତ୍ୟେକ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବା ସହ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ। ଆୟ ଉପାର୍ଜନ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଲେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାଜନୀତି କ୍ଷେତ୍ରରେ ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରେମିକ ପ୍ରେମିକା ମାନଙ୍କର କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!