୨୦୨୨ମସିହା, ଅଗଷ୍ଟମାସ ୨୬ତାରିଖ, ଶୁକ୍ରବାର, ସିଂହମାସ ୧୦ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି ଦିବା ୧୨ଟା ୨୪ମିନିଟ୍ ପରେ ଅମାବାସ୍ୟାତିଥି, ଅଶ୍ଳେଷା ନକ୍ଷତ୍ର ସନ୍ଧ୍ୟା ୬ଟା ୩୨ମିନିଟ୍ ପରେ ମଘା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ପରିଘ ଯୋଗ। ଶକୁନି କରଣ ଦିବା ୧୨ଟା ୨୪ମିନିଟ୍ ପରେ ଚତୁଷ୍ପଦ କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ସନ୍ଧ୍ୟା ୬ଟା ୩୨ମିନିଟ୍ ପରେ କର୍କଟ, ମକର ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧୨ଟା ୨୪ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ଦିବା ୧୨ଟା ୨୪ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ।
ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୪୮ମିନିଟ୍, ରାତ୍ରି ୮ଟା ୫୬ମିନିଟ୍ ରୁ ୧୦ଟା ୨୨ମିନିଟ୍। ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୬ଟା ୨୨ମିନିଟ୍, ସକାଳ ୭ଟା ୧୪ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୨ଟା ୪୨ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୬ଟା ୨ମିନିଟ୍, ରାତ୍ର ୭ଟା ୩୬ମିନିଟ୍ ରୁ ୮ଟା ୫୫ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୪ଟା। ପର୍ବଦିନ- ଅଘୋର ଚତୁର୍ଦ୍ଦଶୀ, ନଷ୍ଟ ଚନ୍ଦ୍ରୋପବାସ ଓ ନିଶା ପାଳନ।
ମେଷ:- ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। ଚିନ୍ତା କରିଥିବା କାମ ଗୁଡିକ ସହଜରେ ସମ୍ପର୍ଣ୍ଣ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ତୁଳା:-ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସୁଖ ସମ୍ପଦ ପ୍ରାପ୍ତି, ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପରିବାରରେ ସମସ୍ତଙ୍କର ପ୍ରିୟହୋଇ ସୁଖଭୋଗ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:- କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ଆୟ ଉପାର୍ଜନରେ ବାଧାନାହିଁ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ଶରୀର ସୁସ୍ଥ ରହିବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ। ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।