ଦୈନିକ ରାଶିଫଳ: 26 ଡିସେମ୍ବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୨୬ତାରିଖ, ଶନିବାର, ଧନୁମାସ ୧୨ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଦ୍ଵିଜାନକ୍ଷତ୍ର, ଦିବା ୧୦ଟା ୩୪ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୯ଟା ୪ମିନିଟ୍, ଦିବା ୧୨ଟା ୯ମିନିଟ୍ ରୁ ୧ଟା ୭ମିନିଟ୍, ଦିବା ୨ଟା ୩୦ମିନିଟ୍ ରୁ ୩ଟା ୧ମିନିଟ୍, ଦିବା ୩ଟା ୪୬ମିନିଟ୍ ରୁ ୩ଟା ୪୯ମିନିଟ୍। ପର୍ବଦିନ:-ବ୍ୟଞ୍ଜନ ଦ୍ଵାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ସ୍ଥାନ ପରିବର୍ତ୍ତନ ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କୁଟୁମ୍ବରେ କିମ୍ବା ପଡୋଶୀଙ୍କ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ରାଜନୀତିରେ ସଫଳତା ମିଳିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ଧନୁ:-

ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ।ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପର ହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ପ୍ରେମୀ ପ୍ରେମିକାଙ୍କ ମିଳନ ଫଳରେ ଆନନ୍ଦିତ ହେବେ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!