ଦୈନିକ ରାଶିଫଳ: ୨୬ ଡିସେମ୍ବର ୨୦୧୮, ଭଗବାନ ଗଣେଶଙ୍କ କୃପାରୁ ଏହି ରାଶିର ବ୍ୟକ୍ତି ହେବେ ଧନୀ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଡିସେମ୍ବର ୨୦୧୮

ମେଷ:-

ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ମହିଳାମାନେ ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ। ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

ସିଂହ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ସାମାନ୍ୟ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ଆୟକୁଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ଉପକୃତ ହେବେ। ମହିଳାମାନେ କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଅନ୍ୟାନ୍ୟ ଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ଧନୁ:-

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ। ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ବହୁତ ଶାନ୍ତି ଲଭିବେ ଓ ଦୂର ଯାତ୍ରାର ସୁଯୋଗ ପାଇବେ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ଉଚ୍ଚାଧିକାରୀଙ୍କ ଶୁଭ ଦୃଷ୍ଟିରେ ଶତୃପକ୍ଷ ଦୁର୍ବଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପ୍ରତିକାର:-ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!