ଦୈନିକ ରାଶିଫଳ: 26 ଡିସେମ୍ବର 2022, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୬ତାରିଖ, ସୋମବାର, ଧନୁମାସ ୧୧ଦିନ, ପୌଷମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଶ୍ରବଣା ନକ୍ଷତ୍ର ଦିବା ୪ଟା ୪୧ମିନିଟ୍ ପରେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ରାତି ୯ଟା ୧ମିନିଟ୍ ପରେ ବଜ୍ର ଯୋଗ । ବାଣିଜ୍ୟ କରଣ ଦିବା ୩ଟା ୧୧ମିନିଟ୍ ପରେ ବିଷ୍ଟି କରଣ । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ରାତି ୧ଟା ୩୮ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧ଟା ୩୮ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୩ମିନିଟ୍ ରୁ ୯ଟା ୪ମିନିଟ୍, ଦିବା ୨ଟା ୨୯ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ରି ୧୦ଟା ୮ମିନିଟ୍ ରୁ ୧୧ଟା ୪୭ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୩ମିନିଟ୍ ରୁ ୭ଟା ୪୨ମିନିଟ୍, ଦିବା ୯ଟା ୧୬ମିନିଟ୍ ରୁ ୧୧ଟା ୨୪ମିନିଟ୍, ରାତ୍ର ୭ଟା ୫୦ମିନିଟ୍ ରୁ ୧୦ଟା ୭ମିନିଟ୍, ରାତ୍ର ୨ଟା ୫୩ମିନିଟ୍ ରୁ ୩ଟା ୪୩ମିନିଟ୍ । ପର୍ବଦିନ- ବିନାୟକ ଚତୁର୍ଥୀ, ଗୌରୀଗଣେଶ ଚତୁର୍ଥୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହବାହନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି । ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ । ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ । ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସ୍ଥଗିତଥିବା କର୍ମଟି ପୂରଣ ହେବ । ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଭବିଷ୍ୟତ ଯୋଜନାରେ ନିବେଶ କରିପାରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ଧନୁ:-ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ ହିସାବରେ ଆତ୍ମସନ୍ତୋଷ ମିଳିବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।

ମକର:-ଶତୃମାନେ ଦୂରେଇଯିବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ । ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!