ଦୈନିକ ରାଶିଫଳ: ୨୬ ଫେବୃୟାରୀ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିର କର୍ମ କ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଫେବୃୟାରୀ ୨୦୧୯

ମେଷ:-

ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତିହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତି  ବିଶ୍ଵାସପାତ୍ର ଧୋଖା ଦେଇ ପାରନ୍ତି। ପ୍ରତିକାର- ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବ୍ୟବସାୟୀ ମାନଙ୍କ ଆର୍ଥିକସ୍ଥିତି ସୁଧୁରିବ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ମହିଳାମାନେ ଧର୍ମପରାୟଣା ଓ ପ୍ରିୟବାଦିନୀ ହେବେ। ସମ୍ପର୍କୀୟମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ। ନିର୍ମାଣା ଧୀନ କାମ ଆଗେଇ ଚାଲିବ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ସମସ୍ୟା ଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବାସହ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ଆଶା କରୁଥିବା ସଫଳତା ପାଇ ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ସମସ୍ୟାର ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ପ୍ରଶଂସା ପାଇବେ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ମାଲିମୋକଦ୍ଦମା, ଖେଳ, ନୃତ୍ୟଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା  ଅନୁକୂଳ ରହିବ। ବିଦ୍ୟା, କୃଷି ଓ ରାଜ ନୀତିରେ ଉନ୍ନତି ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା କାମରୁ ପ୍ରଶଂସିତହେବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ତୁଳା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଉଡାଖବର ବିବ୍ରତ କରିବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ  ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ମହିଳାମାନଙ୍କର ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ପ୍ରତିକାର- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବେ। ବିଦ୍ୟାକ୍ଷେତ୍ରରେ ଲାଭ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ କିମ୍ବା ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ। କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!