ଦୈନିକ ରାଶିଫଳ: ୨୬ ଫ୍ରେବୃୟାରୀ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ବ୍ୟବସାୟରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୬ତାରିଖ, ବୁଧବାର, କୁମ୍ଭ ମାସ ୧୪ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୪ ରୁ ୭ଟା ୪୪ମି, ଦିବା ୧୦ଟା ୩୪ ରୁ ୧୧ଟା ୩୫ମି, ଦିବା ୧ଟା ୫୬ ରୁ ୫ଟା, ସନ୍ଧ୍ୟା ୬ଟା ୩୭ ରୁ ରାତି ୧୦ଟା ୪୩ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପରିବାରରେ ମାନ ମନାନ୍ତର ଦୂର ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ।  ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:- 

ଯାତ୍ରା ଫଳରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବା ସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଶୁଭ ସମ୍ବାଦପାଇ ଖୁସିହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସୁଖ, ସମ୍ପତ୍ତି ଲାଭ ହେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ରାଜନୀତିରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ ବିକ୍ରୟ ନକରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ସିଂହ:- 

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ।ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ବନ୍ଧୁମିତ୍ରଙ୍କ ଆଗମନ ହେବା ଫଳରେ ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି ଶୁଭକାର୍ଯ୍ୟ ସମ୍ପନ୍ନ କରି ପାରନ୍ତି।  ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ଉଚ୍ଚ ଆଶାରେ ଆଗେଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶାତୀତ ଫଳ ପାଇବେ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶତ୍ରୁମାନେ ମିତ୍ରବତ୍ କାର୍ଯ୍ୟ କରିବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବିଦ୍ୟାର୍ଥୀ ମାନଙ୍କର ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ।  ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ପ୍ରତିକାର:- କୁଆ, କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍। ଘାତ

ମକର:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯଶଲାଭ ହେବ।ନୂତନ ବାହନଆଦି କ୍ରୟ କରି ପାରନ୍ତି। ଦୂରଯାତ୍ରାର ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆୟ ବୃଦ୍ଧିହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରନ୍ତି। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ।ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!