ଦୈନିକ ରାଶିଫଳ: 26 ଫେବୃୟାରୀ 2021, ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ସମସ୍ତ କାର୍ଯ୍ୟ ହେବ ସଫଳ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୨୬ତାରିଖ, ଶୁକ୍ରବାର, କୁମ୍ଭମାସ ୧୫ଦିନ, ମାଘମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ଦିବା ୧୨ଟା ୩୩ମିନିଟ୍ ଗତେ କର୍କଟ, ମକର ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୩ଟା ୫୦ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧୩ମିନିଟ୍ ରୁ ୬ଟା ୫୭ମିନିଟ୍, ସକାଳ ୭ଟା ୪୫ମିନିଟ୍ ରୁ ୯ଟା ୪ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ୫ଟା ୪୬ମିନିଟ୍, ସନ୍ଧ୍ୟା ୭ଟା ୨୭ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍ । ପର୍ବଦିନ- ଅଗ୍ନ୍ୟୁତ୍ସବ, ପୌର୍ଣ୍ଣମୀ ବ୍ରତ, କଳିଯୁଗାଦି ଶ୍ରାଦ୍ଧ ।

ମେଷ:-

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ରାଜନୀତି କ୍ଷେତ୍ରରେ ଶାରିରୀକ ଅସୁସ୍ଥତା ଦୂରହେବାମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ । ଚାକିରୀ କ୍ଷେତ୍ରରେ ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇ ପାରେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବୃଷ:-

ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ଉତ୍ତରାଧିକାର ବା ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । ଗୃହ, ଜାଗାଜମି ସମସ୍ୟାରେ ସାମିଲ ହେବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ । ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ । ପ୍ରେମପ୍ରସଙ୍ଗରେ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ସିଂହ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ଜୀବନ ବହୁ ବ୍ୟସ୍ତତା ମଧ୍ୟରେ କଟି ପାରେ । କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ଶାରିରୀକ ଅସୁସ୍ଥତା ଦୂରହୋଇ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । କରଜର ମାତ୍ରା ହ୍ରାସ ପାଇବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହୋଇ ସମ୍ବନ୍ଧରେ ପ୍ରଗାଢତା ଆସିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ତୁଳା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି, ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ:-

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ମାନ ସମ୍ମାନ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପାରିବାରିକ ଜୀବନରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!