ଦୈନିକ ରାଶିଫଳ: 26 ଫେବୃୟାରୀ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨୬ତାରିଖ, ରବିବାର, କୁମ୍ଭମାସ ୧୪ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ସପ୍ତମୀତିଥି, କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର ଦିବା ୧୦ଟା ୧୫ମିନିଟ ପରେ ବୃଷ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ଦିବା ୪ଟା ୨୬ମିନିଟ୍ ପରେ ବୈଧୃତି ଯୋଗ । ଗର କରଣ ଦିବା ୧୨ଟା ୩୩ମିନିଟ୍ ପରେ ବଣିଜ କରଣ । ମେଷ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ଦିବା ୧୦ଟା ୧୫ମିନିଟ୍ ପରେ ବିଛା ରାଶିର ଘାତଚନ୍ଦ୍ର । ନିଷିଦ୍ଧଖାଦ୍ୟ- ତାଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତ୍ରି ୧ଟା ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୨ମିନିଟ୍ ରୁ ୧୨ଟା, ଦିବା ୧୨ଟା ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୨ମିନିଟ୍ ରୁ ୩ଟା ୫ମିନିଟ୍ । ଶୁଭସମୟ- ସକାଳ ୬ଟା ୧୨ମିନିଟ୍ ରୁ ୧୦ଟା ୩ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୫ମିନିଟ୍, ସନ୍ଧ୍ୟା ୬ଟା ୩୬ମିନିଟ୍ ରୁ ୯ଟା ୫ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ରାତ୍ର ୧ଟା ୩୨ମିନିଟ୍, ରାତ୍ର ୩ଟା ୫ମିନିଟ୍ ରୁ ୩ଟା ୪୨ମିନିଟ୍ । ପର୍ବଦିନ- ବିଜୟ ସପ୍ତମୀ ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । କିନ୍ତୁ ନିଜ ଲୋକମାନେ ମନମୋଟିଆ ହେବେ । ଉଦର ପୀଡ଼ା ଦେଖା ଦେଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବିଦ୍ୟାରେ ଉନ୍ନତିହେବା ସହ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଶିଳ୍ପବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ସ୍ୱାସ୍ଥ୍ୟ ହାନୀ ହେବାର ସମ୍ଭାବନା ଅଧିକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନଙ୍କ ଖୁସିରେ ଆନନ୍ଦିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ ସହଜ ହେବ । ଗୃହବାହନ ପ୍ରାପ୍ତି ହେବ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ଖେଳକୁଦରେ ବିଜୟୀ ହେବେ । ଦୂରଯାତ୍ରାରେ ମିତ୍ରମାନଙ୍କଦ୍ୱାରା ଅନେକକାର୍ଯ୍ୟରେ ସଫଳତା ମିଳିବ । ଆକସ୍ମିକ ଧନଲାଭ ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କର୍କଟ:-ବିଦେଶ ଯାତ୍ରାରେ ଯଶଲାଭ ହେବାସହ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ସୁଖଶାନ୍ତିରେ ଦିନଟି କଟାଇପାରିବେ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ସିଂହ:-ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷକରି ମନ ଖୁସି ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । କାରବାରରେ ସ୍ଥିତି ଠିକ୍ ରହିବ । ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।

ମକର:-ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ପିଲାଙ୍କସହ ଖୁସିରେ ରହିବେ । ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ପାରେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମୀନ:-ସାମୟିକ ଚିନ୍ତା ଦୂରହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!