ଦୈନିକ ରାଶିଫଳ: ୨୬ ଜାନୁୟାରୀ ୨୦୧୯, ଏହି ରାଶି ଉପରେ ପ୍ରଶନ୍ନ ରହିବେ ଶନି ଦେବ, ଦେଖନ୍ତୁ କେଏନ ରହିଛି ଆପଣଙ୍କ ରାଶି ପାଇଁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଜାନୁୟାରୀ ୨୦୧୯

ମେଷ:-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ୱସ୍ତି  ଅନୁଭବ କରିବେ ଓ  ବ୍ରତ, ଉପାସନାରେ ବ୍ରତୀ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ପରିବାରରେ ସୁଖଶାନ୍ତି ଫେରିଆସିବ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ମାନସିକ ଚିନ୍ତା ଦୂରହେବ। ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।

ମିଥୁନ:-

କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। କୋର୍ଟ କଚେରୀ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଇଷ୍ଟଦେବା ଦେବୀଙ୍କୁ ତିନୋଟି ଫୁଲ ସମର୍ପଣ କରନ୍ତୁ।

କର୍କଟ:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସାମାଜିକ ସ୍ତରରେ ଖ୍ୟାତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ  ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି  ଆଶାତିତ ଲାଭବାନ୍ ହେବେ। ପୁରୁଣା ରୋଗରୁ ଉପଶମ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ଦ୍ଵାରା ଆୟବୃଦ୍ଧି, ଋଣମୁକ୍ତି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ କାର୍ଯ୍ୟ ପୂରଣ କରିବେ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରି ସମୟ ହସ ଖୁସିରେ ବିତେଇବେ। ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

ତୁଳା:-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ। ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା  ସଫଳ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ନୂତନ ବ୍ୟବସାୟ ଆରମ୍ଭ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ନୂତନ ଦ୍ରବ୍ୟ କ୍ରୟ କାଲେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ  ବିଜୟୀ ହେବେ। ସମ୍ପତ୍ତି କ୍ରୟ କରିବେ। ପ୍ରତିକାର-ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

ମକର:-

ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସାମାଜିକକ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମହିଳାମାନେ ତୀର୍ଥାଟନ କରିଯାତ୍ରା କାଳରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ମାନସିକ ବିଷାଦ, ଭୟ ଆଶଙ୍କା ଦୂରେଇ ଯିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସାମୟିକ ଶାରୀରିକ ପୀଡ଼ା ଭୋଗ କରି ପାରନ୍ତି। ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

ମୀନ:-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ, ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!