ଦୈନିକ ରାଶିଫଳ: 26 ଜାନୁୟାରୀ ୨୦୨୧, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୬ତାରିଖ, ମଙ୍ଗଳବାର, ମକରମାସ ୧୩ଦିନ, ପୌଷମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଶୁଭସମୟ- ସକାଳ ୯ଟା ୧୪ମିନିଟ୍ ରୁ ୧୦ଟା ୫୧ମିନିଟ୍, ଦିବା ୧ଟା ୬ମିନିଟ୍ ରୁ ୧ଟା ୨୧ମିନିଟ୍, ଦିବା ୩ଟା ୧୯ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୫ଟା ୩୨ମିନିଟ୍ ରୁ ୬ଟା ୨୨ମିନିଟ୍, ରାତ୍ର ୮ଟା ୫୯ମିନିଟ୍ ରୁ ୧୧ଟା ୩୨ମିନିଟ୍ । ପର୍ବଦିନ- ସାଧାରଣତନ୍ତ୍ର ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶୁଭକାମ କରି ପ୍ରଶଂସିତ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନା ବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ମିଥୁନ:-

କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-

ସମାଜସେବା, ଧାର୍ମିକ ଅନୁଷ୍ଠାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ ସରଳ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ରାଜନୀତି ମାମଲାରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ନୂଆ କାମ କିଛି ଆରମ୍ଭ ନ କରିଲେ ଭଲ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପାରିବାରିକ ଜୀବନରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ରାଜନୀତିରେ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟର ଉନ୍ନତି ଓ ଲାଭ ପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବିଦ୍ୟାର୍ଥୀ ମାନେ ସହପାଠୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନିମ୍ନବର୍ଗ ଲୋକଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ନୂତନ ବସ୍ତୁ କିଛି କ୍ରୟ କରନ୍ତୁ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!