ଦୈନିକ ରାଶିଫଳ: 26 ଜାନୁୟାରୀ 2023, ଆଜି ସରସ୍ଵତୀ ପୂଜା, ମା ସରସ୍ଵତୀ ଓ ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ହେବ ବିଦ୍ୟା ଓ ଧନରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୨୬ତାରିଖ, ଗୁରୁବାର, ମକରମାସ ୧୩ଦିନ, ମାଘମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି ଦିବା ୧୦ଟା ୨୮ମିନିଟ୍ ପରେ ଷଷ୍ଠୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଶିବଯୋଗ ଦିବା ୩ଟା ୨୮ମିନିଟ୍ ପରେ ସିଦ୍ଧଯୋଗ । ବାଳବ କରଣ ଦିବା ୧୦ଟା ୨୮ମିନିଟ୍ ପରେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତ ଚନ୍ଦ୍ର । ନିଷେଧଖାଦ୍ୟ-ବେଲ, ପଣସ ନ ଖାଇଲେ ଭଲ ଦିବା ୧୦ଟା ୨୮ମିନିଟ୍ ପରେ ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୦ଟା ୨୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୪୫ମିନିଟ୍ ରୁ ୫ଟା ୩୧ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୫ମିନିଟ୍, ଦିବା ୧୦ଟା ୫୨ମିନିଟ୍ ରୁ୧ଟା ୫ମିନିଟ୍, ରାତ୍ର ୩ଟା ରୁ ୩ଟା ୫୧ମିନିଟ୍ । ପର୍ବଦିନ- ସରସ୍ଵତୀ ପୂଜା, ବସନ୍ତ ପଞ୍ଚମୀ, ଶ୍ରୀ ପଞ୍ଚମୀ, ଗୁରୁପଞ୍ଚମୀ ବ୍ରତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ । ମିତ୍ରଙ୍କ ସହିତ ସାକ୍ଷାତ୍ ହୋଇ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବା ଫଳରେ ଲାଭଦାୟକ ହେବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ଅଫିସରେ ଟେନସନ ଦୂର ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଶିକ୍ଷା କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ । କାର୍ଯ୍ୟ କ୍ଷେତ୍ରରେ ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ଯଶ ମାନସମ୍ମାନ ବଢିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନରେ ମତଭେଦର ସମାଧାନ ହୋଇ ଭଲରେ ସମୟ ବିତାଇବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ଆନନ୍ଦିତ ହେବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ରାଜନୀତିରେ ଗସ୍ତ କାର୍ଯ୍ୟକ୍ରମ ଥିଲେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ତୁଳା:-ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ପିଲାମାନଙ୍କ ବିଷୟରେ ଚିନ୍ତିତ ହୋଇ ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯାତ୍ରାରେ ସଫଳ ହେବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ମାମଲା ସୁଧୁରିଯିବାସହ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!